୨୪ ଘଣ୍ଟା ପରେ ଫେରିଲା ଇଣ୍ଟରନେଟ ସେବା

ସୁନ୍ଦରଗଡ଼,୧୭ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୋ-ମାଂସ ବିକ୍ରିକୁ କେନ୍ଦ୍ର କରି ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ନାଗରିକ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କୁ ନେଇ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ପରେ ସହରରେ ଲାଗୁ ହୋଇଥିବା ୧୬୩ଧାରା ପ୍ରତ୍ୟାହୃତ ହେବା ସହ ଜିଲାରେ ୨୪ଘଣ୍ଟା ଧରି ବନ୍ଦ ଥିବା ଇଣ୍ଟରନେଟ ସେବା ସନ୍ଧ୍ୟାରୁ କାର୍ଯ୍ୟକ୍ଷମ ହୋଇଛି। ସହରରେ ଶାନ୍ତି, ଭାଇଚାରା ଓ ପୂର୍ବ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ବୈଠକରେ ପୌରାଧ୍ୟକ୍ଷା ତନୟା ମିଶ୍ର, ଜିଲାପରିଷଦ ଅଧ୍ୟକ୍ଷା କୁନ୍ତୀ ପ୍ରଧାନ, ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ,ଜିଲାପାଳ ଡ. ଶୁଭଙ୍କର ମହାପାତ୍ର, ଏସପି ଅମ୍ରିତ ପାଲ କୌର ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏଥିସହିତ ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ, ଜଳାପୋଡା ଓ ଦୋକାନ ଭଙ୍ଗାରୁଜା ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶାନ୍ତି କମିଟି ବୈଠକରେ ଦଳମତ ନିର୍ବିଶେଷରେ ଦାବି କରାଯାଇଛି। ଏହି ଘଟଣାରେ ୪ଜଣ ପୋଲିସ କର୍ମୀଙ୍କ ସମେତ ୧୨ଜଣ ବ୍ୟକ୍ତି ଆହତ ହୋଇଥିଲେ। ଆହତ ପୋଲିସ କର୍ମଚାରୀ ପ୍ରତାପ କାଲୋଙ୍କ ରିପୋର୍ଟ କ୍ରମେ ପୋଲିସ ସୁନ୍ଦରଗଡ ଟାଉନ ଥାନାରେ ୧୩ରୁ ଊର୍ଦ୍ଧ୍ୱ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ରିଜେଣ୍ଟ ମାର୍କେଟ ଅଞ୍ଚଳରେ ପୋଲିସ ସ୍ବତନ୍ତ୍ର କ୍ୟାମ୍ପ କରି ମୁତୟନ ଅଛନ୍ତି। ସୁନ୍ଦରଗଡ, ରାଉରକେଲା, କେନ୍ଦୁଝର ପୋଲିସ ଜିଲାରୁ ୧୬ପ୍ଲାଟୁନ ପୋଲିସ ସୁନ୍ଦରଗଡ ସହରରେ ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ମୁତୟନ ଅଛନ୍ତି। ଘଟଣାରେ ପୋଲିସ ୪ ଜଣଙ୍କୁ ଅଟକ ରଖିଥିବା ଜଣାପଡ଼ିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri