Posted inଜାତୀୟ

ମନି ଲଣ୍ଡରିଂ ମାମଲାରେ ନୀରବଙ୍କ ପତ୍ନୀଙ୍କ ନାଁରେ ରେଡ କର୍ନର ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨୫।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ମନି ଲଣ୍ଡରିଂ ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାର ଉପରେ ସମସ୍ୟା ବଢ଼ିବାରେ ଲାଗିଛି। ଭାରତରେ ମନି ଲଣ୍ଡରିଂ ମାମଲାରେ ନୀରବ ମୋଦିଙ୍କ ପତ୍ନୀଙ୍କ ବିରୋଧରେ ମଙ୍ଗଳବାର ଇଣ୍ଟରପୋଲ ପକ୍ଷରୁ ରେଡ୍‌ କର୍ନର ନୋଟିସ ଜାରି କରାଯାଇଛି। ଭାରତରେ ତାଙ୍କ ପତ୍ନୀଙ୍କ ବିରୋଧରେ ଦାଖଲ ହୋଇଥିବା ମନି ଲଣ୍ଡରିଂର ବିଭିନ୍ନ ମାମଲାରେ ଏହି ନୋଟିସ ଜାରି କରାଯାଇଛି। ଏହା ପୂର୍ବରୁ ନୀରବ ମୋଦି, ଭାଇ ନେହଲ ଓ ଭଉଣୀ ପୂର୍ବୀଙ୍କ ବିରୋଧରେ ଇଣ୍ଟରପୋଲ ରେଡ୍‌ କର୍ନର ନୋଟିସ ଜାରି କରିସାରିଛି। ପିଏନ୍‌ବି ବ୍ୟାଙ୍କରୁ ୧୪ହଜାର କୋଟି ଟଙ୍କାର ଠକେଇ ଅଭିଯୋଗରେ ନୀରବ ଓ ତାଙ୍କ ସଂସ୍ଥା ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦୧୯ରେ ଏହି ମାମଲାରେ ଲଣ୍ଡନ ପୋଲିସ ନୀରବଙ୍କୁ ଗିରଫ କରିଥିଲା। ବର୍ତ୍ତମାନ ସେ ଲଣ୍ଡନର ଓ୍ବାଣ୍ଡସ୍‌ଓ୍ବର୍ଥ ଜେଲ୍‌ରେ ଅଛନ୍ତି। ତାଙ୍କ ବିରୋଧରେ ପ୍ରତ୍ୟର୍ପଣର ଶୁଣାଣି ମଧ୍ୟ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri