ଗଳାବାଟ ଦେଇ ଚାଲିଛି ଆନ୍ତଃ ରାଜ୍ୟ ବସ୍‌, ଚାରିଚକିଆ ଯାନ

ଜଳେଶ୍ୱର,୨୦।୪(ଡି.ଏନ.ଏ.)-କୋଭିଡ୍‌-୧୯ ସଂକ୍ରମଣ ଦିନକୁ ଦିନ ଉତ୍କଟ ହେଉଥିବା ବେଳେ ସୋମବାରଠାରୁ ଆନ୍ତଃ ରାଜ୍ୟ ଯାନବାହନ ଚଳାଚଳ ଉପରେ ରାଜ୍ୟ ସରକାରଙ୍କ ପକ୍ଷରୁ ରୋକ ଲଗାଯାଇଛି। ଅନ୍ୟପକ୍ଷରେ ଉପାନ୍ତରେ ଥିବା ବହୁ ଗଳା ରାସ୍ତା ଦେଇ ଏହି ଯାନବାହନଗୁଡ଼ିକ ରାଜ୍ୟ ଭିତର ଓ ବାହାରକୁ ଯାତାୟାତ କରୁଥିବା ନଜରକୁ ଆସିଛି।
ରାଜ୍ୟର ଉତ୍ତର ଉପାନ୍ତ ୬୦ନଂ. ଜାତୀୟ ରାଜପଥ ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅଧୀନ ଲକ୍ଷ୍ମଣନାଥ ଟୋଲ ପ୍ଲାଜାଠାରେ ଆନ୍ତଃରାଜ୍ୟ ବସ୍‌ ଓ ଚାରିଚକିଆ ଯାନଗୁଡ଼ିକୁ ୧୮ ତାରିଖରୁ କଡ଼ାକଡ଼ି ଯାଞ୍ଚ କରାଯାଉଛି। ବାଲେଶ୍ୱର ଆରଟିଓ କର୍ମଚାରୀ ଓ ଜଳେଶ୍ୱର ପୋଲିସ୍‌ ସହାୟତାରେ ଏପରି ଯାଞ୍ଚ ପ୍ରକ୍ରିୟା ଚାଲିଥିବା ବେଳେ ଦଲାଲମାନେ ସକ୍ରିୟ ହୋଇ ଉଠିଛନ୍ତି। ଜଳେଶ୍ୱର-ସୁନାକଣିଆ ଓଟି ରୋଡ୍‌, ଜଳେଶ୍ୱର-ସୋଲପଟ୍ଟା, ଲକ୍ଷ୍ମଣନାଥରୋଡ଼- ଆମ୍ବଳିଅଠା, ସୋଲପଟା-ସୁଗୋ, ସୁଗୋ-ଧୋଇପଡ଼ା ମୁଖ୍ୟ ରାସ୍ତାଗୁଡ଼ିକ ଖୋଲାମେଲା ପଡ଼ିଛି। ଫଳରେ ସ୍ଥାନୀୟ ଅଞ୍ଚଳର ଦଲାଲମାନେ ଏସବୁ ଗଳା ରାସ୍ତାରେ ଲାଞ୍ଚ ନେଇ ଗାଡ଼ିଗୁଡିକୁ ରାଜ୍ୟ ଭିତର ଓ ବାହାରକୁ ଯାତାୟାତରେ ସହାୟତା କରୁଛନ୍ତି । ଫଳରେ ଟୋଲପ୍ଲାଜାରେ ରାଜସ୍ବ ହାନୀ ହେବା ସହିତ ପ୍ରବାସୀମାନେ ପଞ୍ଜିକରଣ ନ ହୋଇ ଅବାଧରେ ଯାତାୟତ କରିପାରୁଛନ୍ତି। ଗତବର୍ଷ ଏପରି ହୋଇଥିବାରୁ ରାଜ୍ୟରେ କରୋନା ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଇଥିଲା । ଉପାନ୍ତରେ ସମସ୍ତ ରାସ୍ତାରେ ଯାଞ୍ଚ କଡ଼ାକଡ଼ି କରାଯିବାକୁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri