ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ସ୍ଥାନୀୟ ଏସପି ଅଫିସରେ ଏକ ଖବରଦାତା ସମ୍ମିଳନୀ କରି ଏନେଇ ସୂଚନା ଦେଇଛନ୍ତି । ବଲାଙ୍ଗୀର ଗେଟ୍‌ ସରୋବର ପଡାର ତରଣୀସେନ କୁମ୍ଭାର ଗତ ୪ ଅଗଷ୍ଟ ୨୦୨୫ରେ ସ୍ଥାନୀୟ ଏଚ୍‌ଡିଏଫସି ବ୍ୟାଙ୍କରୁ ୩ ଲକ୍ଷ ଟଙ୍କା ଉଠାଇ ସ୍କୁଟି ଡିକିରେ ରଖି ନେଟ୍‌ ଶପ୍‌କୁ ଯାଇଥିଲେ। ଉକ୍ତ ଦୋକାନ ସମ୍ମୁଖରେ ସ୍କୁଟି ରଖିଥିବା ସମୟରେ ଅଭିଯୁକ୍ତମାନେ ଡିକି ଖୋଲି ନଗଦ ଟଙ୍କା ନେଇ ଚମ୍ପଟ ମାରିଥିଲେ l ପରେ ପୋଲିସ କେସ ନମ୍ବର ୫୧୪/୨୫ରେ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲା l ଟାଉନ ଥାନା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ଉକ୍ତ ଲୁଟେରା ଦଳର ତିନି ଅଭିଯୁକ୍ତଙ୍କୁ ଗିରଫ କରିଛିି। ଗିରଫ ଅଭିଯୁକ୍ତମାନେ ହେଲେ ପ୍ରମୋଦ ସିଂ, ପ୍ରିନ୍ସ ସିଂ ଓ ରଞ୍ଜନ । ପୋଲିସ ସେମାନଙ୍କ ଠାରୁ ଗୋଟିଏ ଦେଶୀ ବନ୍ଧୁକ, ଡିକି ଭାଙ୍ଗିବା ଉପକରଣ, ଅନେକ ଆଧାର କାର୍ଡ, ମୋଟରସାଇକେଲ ଓ ୧୦ଟି ମୋବାଇଲ ଜବତ କରିଛ। ଏହି ଗ୍ୟାଙ୍ଗ ବଲାଙ୍ଗୀର, ଟିଟଲାଗଡ ଓ କଳାହାଣ୍ଡି ଜିଲା ସମେତ ଛତିଶଗଡ଼ର ମହାସମୁନ୍ଦ ଜିଲା ଅଞ୍ଚଳରେ ଅନେକ ଚୋରି, ଲୁଟ୍‌ ମାମଲାରେ ସମ୍ପୃକ୍ତ ଥିବା କହିଛନ୍ତି । ଅଧିକ ତଦନ୍ତ ଜାରି ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି। ସାମ୍ବାଦିକ ସମ୍ମିଳନୀରେ ଏସ୍‌ଡିପିଓ ସରୋଜ କୁମାର ଉପାଧ୍ୟାୟ, ଟାଉନ ଥାନା ଅଧିକାରୀ ଅବନୀ ସାହୁ ଓ ଅନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ l

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri