ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ସ୍ଥାନୀୟ ଏସପି ଅଫିସରେ ଏକ ଖବରଦାତା ସମ୍ମିଳନୀ କରି ଏନେଇ ସୂଚନା ଦେଇଛନ୍ତି । ବଲାଙ୍ଗୀର ଗେଟ୍‌ ସରୋବର ପଡାର ତରଣୀସେନ କୁମ୍ଭାର ଗତ ୪ ଅଗଷ୍ଟ ୨୦୨୫ରେ ସ୍ଥାନୀୟ ଏଚ୍‌ଡିଏଫସି ବ୍ୟାଙ୍କରୁ ୩ ଲକ୍ଷ ଟଙ୍କା ଉଠାଇ ସ୍କୁଟି ଡିକିରେ ରଖି ନେଟ୍‌ ଶପ୍‌କୁ ଯାଇଥିଲେ। ଉକ୍ତ ଦୋକାନ ସମ୍ମୁଖରେ ସ୍କୁଟି ରଖିଥିବା ସମୟରେ ଅଭିଯୁକ୍ତମାନେ ଡିକି ଖୋଲି ନଗଦ ଟଙ୍କା ନେଇ ଚମ୍ପଟ ମାରିଥିଲେ l ପରେ ପୋଲିସ କେସ ନମ୍ବର ୫୧୪/୨୫ରେ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲା l ଟାଉନ ଥାନା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ଉକ୍ତ ଲୁଟେରା ଦଳର ତିନି ଅଭିଯୁକ୍ତଙ୍କୁ ଗିରଫ କରିଛିି। ଗିରଫ ଅଭିଯୁକ୍ତମାନେ ହେଲେ ପ୍ରମୋଦ ସିଂ, ପ୍ରିନ୍ସ ସିଂ ଓ ରଞ୍ଜନ । ପୋଲିସ ସେମାନଙ୍କ ଠାରୁ ଗୋଟିଏ ଦେଶୀ ବନ୍ଧୁକ, ଡିକି ଭାଙ୍ଗିବା ଉପକରଣ, ଅନେକ ଆଧାର କାର୍ଡ, ମୋଟରସାଇକେଲ ଓ ୧୦ଟି ମୋବାଇଲ ଜବତ କରିଛ। ଏହି ଗ୍ୟାଙ୍ଗ ବଲାଙ୍ଗୀର, ଟିଟଲାଗଡ ଓ କଳାହାଣ୍ଡି ଜିଲା ସମେତ ଛତିଶଗଡ଼ର ମହାସମୁନ୍ଦ ଜିଲା ଅଞ୍ଚଳରେ ଅନେକ ଚୋରି, ଲୁଟ୍‌ ମାମଲାରେ ସମ୍ପୃକ୍ତ ଥିବା କହିଛନ୍ତି । ଅଧିକ ତଦନ୍ତ ଜାରି ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି। ସାମ୍ବାଦିକ ସମ୍ମିଳନୀରେ ଏସ୍‌ଡିପିଓ ସରୋଜ କୁମାର ଉପାଧ୍ୟାୟ, ଟାଉନ ଥାନା ଅଧିକାରୀ ଅବନୀ ସାହୁ ଓ ଅନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ l

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?