ଘର ଭଡା ପାଇଁ ଇଣ୍ଟରଭ୍ୟୁ! ପ୍ରଶ୍ନ UPSC ଠୁ ବି କଠିନ

ବେଙ୍ଗାଲୁର,୮।୧୧: ଭଡା ନେବା ପୂର୍ବରୁ ପ୍ରଥମେ ଘର ଦେଖିବା ପରେ ପସନ୍ଦ ଆସିଲେ ଆପଣ ଘର ମାଲିକଙ୍କୁ ଟଙ୍କା ଦେଇ କଥା ଫଇସଲା କରିଥା’ନ୍ତି। କିନ୍ତୁ ଘର ପାଇଁ ଯଦି ଆପଣଙ୍କକୁ ଇଣ୍ଟରଭ୍ୟୁ ଦେବାକୁ ପଡେ? ଏପରି ଘଟଣା ଘଟିଛି ଦେଶର ସିଲିକନ ଭ୍ୟାଲି କୁହାଯାଉଥିବା ବେଙ୍ଗାଲୁରରେ। ଜଣେ ୟୁଜର୍ସ ସୋସିଆଲ ମିଡିଆ ଏକ୍ସରେ ନିଜ ଇଣ୍ଟରଭ୍ୟୁ କଥା ବଖାଣିଛନ୍ତି।
ସୋସିଆଲ ମିଡିଆ ଏକ୍ସରେ ଇସୁ ନାମକ ପ୍ରୋଫାଇଲରେ ଏକ ହ୍ବାଟସଅପ ସ୍କ୍ରିନସଟ୍‌ ସେୟାର କରାଯାଇଛି।


ଇସୁ ପୋଷ୍ଟରେ କହିଛନ୍ତି, ଘର ପାଇଁ ତାଙ୍କୁ ଏକ ଇଣ୍ଟରଭ୍ୟୁର ସାମ୍ନା କରିବାକୁ ପଡିଛି। ଘର ମାଲିକଙ୍କ ତରଫରୁ ଇସୁଙ୍କୁ ଏକ ହ୍ବାଟସଅପ ମେସେଜ ଆସିଥିଲା। ସେଥିରେ ମାଲିକ କହିଛନ୍ତି, ଆଜି ଆପଣଙ୍କୁ ଭେଟି ଖୁସି ଲାଗିଲା। ତେବେ ସାକ୍ଷାତ ସମୟରେ ମୁଁ କହିଥିଲି, ଯେଉଁମାନେ ଏହି ଘରର ମାଲିକାନାକୁ ନିଜର କରିବାକୁ ଚାହୁଁଛନ୍ତି। ସେମାନଙ୍କୁ ମୁ ବ୍ୟକ୍ତିଗତ ଭାବରେ ସାକ୍ଷାତ କରୁଛି।
ମୁଁ ଠିକ୍‌ କରିସାରିଛି। କିଏ ଏହି ଘରର ସଠିକ୍‌ ଭାବେ ଧ୍ୟାନ ରଖିପାରିବ। ଏଥିପାଇଁ ଗୋଟିଏ ସର୍ଟଲିଷ୍ଟ ପ୍ରସ୍ତୁତ କରିଛି। ଯେଉଁଥିରେ ଆପଣଙ୍କ ନମ୍ବର ପ୍ରଥମରେ ରହିଛି। କିନ୍ତୁ ଏଥିପାଇଁ କିଛି ସର୍ତ୍ତ ମାନିବାକୁ ପଡିବ ବୋଲି ଘରର ମାଲିକ କହିଛନ୍ତି।
ତେବେ ଏହି ପୋଷ୍ଟ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଜଣେ ୟୁଜର୍ସ କମେଣ୍ଟରେ ଲେଖିଛନ୍ତି, ଇଏ ୟୁପିଏସସି ଇଣ୍ଟରଭ୍ୟୁ ଠାରୁ ମଧ୍ୟ କଠିନ। ଆଉ ଜଣେ ୟୁଜର୍ସ ଇସୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି କମେଣ୍ଟରେ ଇସୁ ସେହି ଘରକୁ ରିଜେକ୍ଟ କରିଥିବା ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri