ନିଶାସକ୍ତ ଫାର୍ମାସିଷ୍ଟଙ୍କ ଉନ୍ମତ୍ତକାଣ୍ଡ

ରୂପସା, ୨୩।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଇଡ଼ଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ଫାର୍ମାସିଷ୍ଟ ନିଶାସକ୍ତ ଅବସ୍ଥାରେ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଫାର୍ମାସିଷ୍ଟଙ୍କ ଆକ୍ରମଣରେ କରୋନା ଟିକା ନେବାକୁ ଆସିଥିବା ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ହାତ ଓ ଗୋଡରେ ଗଭୀର କ୍ଷତ ହୋଇଛି। ଫାର୍ମାସିଷ୍ଟଜଣକ ଅନ୍ୟମାନଙ୍କୁ ଗୋଡାଇ ଆକ୍ରମଣ କରିବାରୁ ଲୋକେ ତାଙ୍କୁ କାବୁ କରି ବାନ୍ଧି ପକାଇଥିଲେ। ପରେ ସିଂଲା ଥାନା ପୋଲିସ ପହଞ୍ଚି ଫାର୍ମାସିଷ୍ଟଙ୍କୁ ଲୁହାଚେନ୍‌ରେ ବାନ୍ଧି ଥାନାକୁ ନେଇଥିଲା।
ସକାଳେ ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ସୁବାଶିଷ ଟୁଡୁ ନିଶାସକ୍ତ ଅବସ୍ଥାରେ ଥିଲେ। ଦାଣ୍ଡି ଗ୍ରାମର ପ୍ରଶାନ୍ତ ଘଡ଼ାଇ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ଟିକା ନେବା ପାଇଁ ଆସିଥିଲେ। ସେ ଟିକା ନେବା ସମ୍ପର୍କରେ ପଚାରିବାରୁ ଫାର୍ମାସିଷ୍ଟ ସୁବାଶିଷ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ପ୍ରଶାନ୍ତଙ୍କୁ ମଦ ବୋତଲରେ ଆକ୍ରମଣ କରିଥିଲେ। ଉଲ୍ଲେଖଯୋଗ୍ୟ, କିଛି ମାସ ପୂର୍ବରୁ ଫାର୍ମାସିଷ୍ଟ ଜଣକ ନିଶାସକ୍ତ ଅବସ୍ଥାରେ ଖଣ୍ଡା, ଭୁଜାଲି ଧରି ଲୋକଙ୍କୁ ଗୋଡ଼ାଇ ଆକ୍ରମଣ କରିଥିଲେ। ବାରମ୍ବାର ବିଶୃଙ୍ଖଳା ସୃଷ୍ଟି କରୁଥିବା ଏଭଳି ନିଶାସକ୍ତ ଫାର୍ମାସିଷ୍ଟଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ସରପଞ୍ଚ ଦେବୀପ୍ରସାଦ ଭଞ୍ଜଙ୍କ ସମେତ ଅଞ୍ଚଳବାସୀ ବସ୍ତା ମେଡ଼ିକାଲ ଅଫିସରଙ୍କଠାରେ ଲିଖିତ ଦାବି କରିଛନ୍ତି। ଅପରପକ୍ଷରେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଏକ ପ୍ରତିନିଧି ଦଳ ଓ ବସ୍ତା ମେଡ଼ିକାଲ ଅଫିସର ଡା. ଦେବବ୍ରତ ଜେନା ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଏ ସମ୍ପର୍କରେ ଡା. ଜେନାଙ୍କୁ ପଚାରିବାରୁ ଘଟଣାର ତଦନ୍ତ ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri