ନିଶାସକ୍ତ ଫାର୍ମାସିଷ୍ଟଙ୍କ ଉନ୍ମତ୍ତକାଣ୍ଡ

ରୂପସା, ୨୩।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଇଡ଼ଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ଫାର୍ମାସିଷ୍ଟ ନିଶାସକ୍ତ ଅବସ୍ଥାରେ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଫାର୍ମାସିଷ୍ଟଙ୍କ ଆକ୍ରମଣରେ କରୋନା ଟିକା ନେବାକୁ ଆସିଥିବା ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ହାତ ଓ ଗୋଡରେ ଗଭୀର କ୍ଷତ ହୋଇଛି। ଫାର୍ମାସିଷ୍ଟଜଣକ ଅନ୍ୟମାନଙ୍କୁ ଗୋଡାଇ ଆକ୍ରମଣ କରିବାରୁ ଲୋକେ ତାଙ୍କୁ କାବୁ କରି ବାନ୍ଧି ପକାଇଥିଲେ। ପରେ ସିଂଲା ଥାନା ପୋଲିସ ପହଞ୍ଚି ଫାର୍ମାସିଷ୍ଟଙ୍କୁ ଲୁହାଚେନ୍‌ରେ ବାନ୍ଧି ଥାନାକୁ ନେଇଥିଲା।
ସକାଳେ ସ୍ବାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ସୁବାଶିଷ ଟୁଡୁ ନିଶାସକ୍ତ ଅବସ୍ଥାରେ ଥିଲେ। ଦାଣ୍ଡି ଗ୍ରାମର ପ୍ରଶାନ୍ତ ଘଡ଼ାଇ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ଟିକା ନେବା ପାଇଁ ଆସିଥିଲେ। ସେ ଟିକା ନେବା ସମ୍ପର୍କରେ ପଚାରିବାରୁ ଫାର୍ମାସିଷ୍ଟ ସୁବାଶିଷ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ପ୍ରଶାନ୍ତଙ୍କୁ ମଦ ବୋତଲରେ ଆକ୍ରମଣ କରିଥିଲେ। ଉଲ୍ଲେଖଯୋଗ୍ୟ, କିଛି ମାସ ପୂର୍ବରୁ ଫାର୍ମାସିଷ୍ଟ ଜଣକ ନିଶାସକ୍ତ ଅବସ୍ଥାରେ ଖଣ୍ଡା, ଭୁଜାଲି ଧରି ଲୋକଙ୍କୁ ଗୋଡ଼ାଇ ଆକ୍ରମଣ କରିଥିଲେ। ବାରମ୍ବାର ବିଶୃଙ୍ଖଳା ସୃଷ୍ଟି କରୁଥିବା ଏଭଳି ନିଶାସକ୍ତ ଫାର୍ମାସିଷ୍ଟଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ସରପଞ୍ଚ ଦେବୀପ୍ରସାଦ ଭଞ୍ଜଙ୍କ ସମେତ ଅଞ୍ଚଳବାସୀ ବସ୍ତା ମେଡ଼ିକାଲ ଅଫିସରଙ୍କଠାରେ ଲିଖିତ ଦାବି କରିଛନ୍ତି। ଅପରପକ୍ଷରେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଏକ ପ୍ରତିନିଧି ଦଳ ଓ ବସ୍ତା ମେଡ଼ିକାଲ ଅଫିସର ଡା. ଦେବବ୍ରତ ଜେନା ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଏ ସମ୍ପର୍କରେ ଡା. ଜେନାଙ୍କୁ ପଚାରିବାରୁ ଘଟଣାର ତଦନ୍ତ ପରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri