Posted inଫୁରସତ

ପାଲିଙ୍କିରେ ଆସିଲା ବର ଓ ବଳଦ ଗାଡ଼ିରେ ବରଯାତ୍ରୀ

ଆଜିକାଲି ବାହାଘରେ ପାଣି ଭଳି ଟଙ୍କା ଖର୍ଚ୍ଚ କରାଯାଉଛି। ଦାମୀ ଲକ୍‌ଜୁରୀୟସ୍‌ ଗାଡ଼ିରେ ବର ଆସିବା ସହ ବରଯାତ୍ରୀମାନଙ୍କ ପାଇଁ ବି ଦାମୀଗାଡ଼ିର ଲାଇନ୍‌ ଲାଗୁଛି। କିନ୍ତୁ ଉତ୍ତରପ୍ରଦେଶ, ଦେବରୀୟାର ଏକ ବାହାଘରେ ଟଙ୍କା ଓ ଷ୍ଟାଟସ୍‌କୁ ପ୍ରଦର୍ଶିତ ନ କରାଯାଇ, ଗୁରୁତ୍ୱ ଦିଆଯାଇଛି ପରମ୍ପରାକୁ। ବିବାହର ଯେଉଁ ପରମ୍ପରାକୁ ଆମେ ବହୁ ବର୍ଷ ହେବ ଭୁଲିଯାଇଛୁ ତାକୁ ଏହି ବିବାହରେ ଦେଖିବାକୁ ମିଳିଥିଲା। ଏଥିରେ ବର ପାଲିଙ୍କିରେ ବସି ଆସିବାବେଳେ ବରଯାତ୍ରୀ ଆସିଥିଲେ ସୁସଜ୍ଜିତ ବଳଦଗାଡ଼ିରେ। ଏହି ବରଯାତ୍ରୀ ଯେଉଁ ରାସ୍ତା ଦେଇ ଯାଉଥିଲା ଦେଖଣାହାରୀଙ୍କ ଲମ୍ବା ଲାଇନ୍‌ ଲାଗିଯାଉଥିଲା। ବରଯାତ୍ରୀ କୁଶହରୀ ଗ୍ରାମରୁ ବଲହିଡା ଗ୍ରାମକୁ ଯାଇଥିଲା। କୁଶହରୀ ଗ୍ରାମର ଛୋଟେଲାଲ ପାଲ ଧନଗର୍‌ ଥିଲେ ବର। ସେ ମୁମ୍ବାଇ ଫିଲ୍ମ ଇଣ୍ଡଷ୍ଟ୍ରୀରେ ଆର୍ଟ ଡିପାର୍ଟମେଣ୍ଟରେ କାମ କରନ୍ତି। ବଲହିଡା ଗ୍ରାମର ସରିତା ଥିଲେ କନିଆ। କନିଆଙ୍କ ଘର ବରଘରଠାରୁ ପ୍ରାୟ ୩୨ କି.ମି. ଦୂର। ବରଯାତ୍ରୀ ଗାଡ଼ି ଯେବେ ଏତେ ବାଟ ଅତିକ୍ରମ କରି କନିଆ ଗାଁରେ ପହଞ୍ଚତ୍ଲା ପୂରା ଗାଁର ଲୋକ ଦେଖିବାକୁ ଆସିଥିଲେ। ବରଯାତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

ପାଣି ତଳେ ମହଲ: ୫୦୦ ବର୍ଷ ପରେ ଆଜିବି ରହସ୍ୟମୟ ଏହି ଐତିହ୍ୟ ସ୍ଥାନ

ମଧ୍ୟପ୍ରଦେଶର ସୁନ୍ଦର ଏବଂ ଐତିହାସିକ ସହର ମାଣ୍ଡୁରେ ଏକ ଐତିହ୍ୟ ସ୍ଥାନ ଅଛି, ଯାହା ପ୍ରଥମ ନଜରରେ ଏକ ପୋଖରୀ ପରି ଦେଖାଯାଏ। କିନ୍ତୁ ପ୍ରକୃତରେ...

ଏହି ଦେଶରେ ବଢ଼ିବ ମୁସଲମାନଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ହେବ ବଡ଼ ପରିବର୍ତ୍ତନ

ମସ୍କୋ,୧୮ା୧୨: ୨୦୩୦ ସୁଦ୍ଧା ଏକ ଦେଶରେ ମୁସଲମାନଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଇବ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏମିତି ଏକ ଦେଶ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri