ପରିଚୟ ଦେଇଛି ‘ଫୁଡ୍‌ ଷ୍ଟାର୍ଟଅପ୍‌’

ଭୁବନେଶ୍ୱର,୧୭।୫ ଦେଶର ବଡ଼ ବଡ଼ କମ୍ପାନୀ ଓ ହୋଟେଲରେ କାମ କରୁଥିବା ୪ ଓଡ଼ିଆ ଯୁବକ କୋଭିଡ ସଂକ୍ରମଣରେ ନିଜ ଜୀବନ ବଞ୍ଚାଇବା ସହ ଜୀବିକା ପାଇଁ ଚିନ୍ତିତ ଥାଇ ମଧ୍ୟ ଘରକୁ ଚାଲିଆସିଥିଲେ। ହେଲେ ସେମାନେ ଘରେ ବସି ରହିବା ବଦଳରେ ଅନ୍‌ଲାଇନ ଜରିଆରେ ଭୁବନେଶ୍ୱର ସହରରେ ଖାଦ୍ୟ ଯୋଗାଣ (ଫୁଡ୍‌ ଡେଲିଭରି) କାର୍ଯ୍ୟ ଆରମ୍ଭ କରିଥିଲେ। ସେହିଭଳି ଅନ୍‌ଲାଇନ ଖାଦ୍ୟଯୋଗାଣକାରୀ ସଂସ୍ଥା ‘ଜମାଟୋ ଓ ସ୍ବୀଗି’ ଭଳି କମ୍ପାନୀଠାରୁ ମଧ୍ୟ ସେମାନଙ୍କୁ ସ୍ବୀକୃତି ମିଳିଥିଲା। ଏପରିକି ଉକ୍ତ ବ୍ୟବସାୟ ଉତ୍ସାହୀ ଯୁବକଙ୍କୁ ଏକ ନୂଆ ପରିଚୟ ମଧ୍ୟ ଦେଇଛି। ପରେ ସେମାନେ ଏହାକୁ ଏକ ‘ଫୁଡ୍‌ ଷ୍ଟାର୍ଟଅପ’ ଭାବେ ହୋଟେଲ ‘ଅମ୍ବର’ ଜରିଆରେ କାରବାର କରିଥିଲେ ବୋଲି ଏହାର ପରିଚାଳନା ନିର୍ଦ୍ଦେଶକ ସମ୍ଭବ ଦାସ ମତବ୍ୟକ୍ତ କରିଛନ୍ତି। ସେହିପରି ସୋମବାର ସ୍ଥାନୀୟ ଏମ୍ସ ହସ୍ପିଟାଲ ସମ୍ମୁଖ ବିପୁଲ୍‌ ଗ୍ରୀନ୍‌ କ୍ୟାମ୍ପସରେ ଏହାର ଆଉ ଏକ ଶାଖାର ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କୌଣସି ନେତା କି ଅଭିନେତାଙ୍କ ବଦଳରେ ସ୍ଥାନୀୟ ଆଶା କିରଣ ଅନାଥାଶ୍ରମର ପିଲାମାନେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସର୍ବେଶ୍ୱର ଦାସ, ସଚ୍ଚିନ ମହାପାତ୍ରଙ୍କ ସମେତ ଦାସ ପରିବାରର ବହୁ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri