ଆୟକର ଅଫିସର ପରିଚୟ ଦେଇ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଝାରସୁଗୁଡ଼ା ଅଫିସ,୪।୪: ନିଜକୁ ଆୟକର ବିଭାଗର ଜଣେ ଅଧିକାରୀ ବୋଲି ପରିଚୟ ଦେଇ ଗତ ମଙ୍ଗଳବାର ଝାରସୁଗୁଡ଼ା ସହରର ଏକ ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ କରି ଫେରାର ହୋଇଯାଇଥିବା ଜଣାପଡିଛି। ଏ ନେଇ ଦୋକାନ ମାଲିକ ମୁରଲୀଧର ସାକୁନିଆ ଶନିବାର ଝାରସୁଗୁଡା ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଝାରସୁଗୁଡା ଥାନାରେ ଏକ ମାମଲା ରୁଜୁକରି ଦୋକାନ ସିସିଟିଭି ଫୁଟେଜ ଯାଞ୍ଚକରି ତଦନ୍ତ ଚଳାଇଛି ।
ସୂଚନାଯୋଗ୍ୟ, ଘଟଣାରେ ସମ୍ପୃକ୍ତ ବ୍ୟକ୍ତି ଜଣକ ଏକ କାର୍‌ ଯୋଗେ ଆସି ଦୋକାନରେ ପହଞ୍ଚିଥିଲେ। ନିଜକୁ ହାଇଦ୍ରାବାଦର ଆୟକର ଅଫିସର ପରିଚୟ ଦେଇ ଦୋକାନୀଙ୍କୁ ଅଳଙ୍କାର ଦେଖାଇବା ପାଇଁ କହିଥିଲେ। ଦୋକାନୀ ଅଳଙ୍କାର ଦେଖାଇଥିଲେ । ପରେ ସେ ୨ଟି ଚେନ ଓ ୨ଟି ମୁଦି ନେଇଥିଲେ। ଏନ୍‌ଇଏଫ୍ଟି କରିବା ପାଇଁ ଦୋକାନୀଙ୍କୁ ବ୍ୟାଙ୍କ ଆକାଉଣ୍ଟ ମାଗିଥିଲେ । ଦୋକାନୀ ମାଲିକ ତାଙ୍କୁ ଆକାଉଣ୍ଟ ଡିଟେଲସ ଦେଇଥିଲେ । ପରେ ସେ ମୋବାଇଲରେ ଏନ୍‌ଇଏଫ୍ଟି କରି ଏହାର ଏକ ସ୍କ୍ରିନଶଟ ଦୋକାନୀଙ୍କୁ ଦେଖାଇଥିଲେ । ନେଟୱର୍କ ସର୍ଭର ଡାଉନ ରହିଛି, କିଛି ସମୟ ପରେ ଆପଣଙ୍କ ମୋବାଇଲରେ ଶୋ କରିବ ବୋଲି କହି ଅଳଙ୍କାର ଧରି ଲୁଟେରା ଜଣକ ଛୁ ମାରିଥିଲେ । ଦୋକାନୀ ଭାବିଥିଲେ ନେଟୱର୍କ ପାଇଁ ଏମିତି ହୁଏ ପରେ ଆକାଉଣ୍ଟକୁ ଟଙ୍କା ଆସିଯାଇଥାଏ । ଏମିତି ଭାବି ଦୋକାନୀ ୪ ଦିନ ଅପେକ୍ଷା କରିଥିଲେ । କିନ୍ତୁ ତାଙ୍କ ଆକାଉଣ୍ଟକୁ ଟଙ୍କା ଆସି ନ ଥିଲା। ପରେ ଦୋକାନୀ ଜାଣିପାରିଥିଲେ ଯେ, ସେ ଠକାମିର ଶିକାର ହୋଇଛନ୍ତି । ଏ ନେଇ ସେ ପୋଲିସରେ ଅଭିଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri