ବଜାରରେ ଅମୂଲର ନୂତନ ଉତ୍ପାଦ ସମ୍ଭାର

ଭୁବନେଶ୍ୱର,୧୬।୬ (ଅଭୟ ଦାଶ): ଦେଶର ପ୍ରମୁଖ ଦୁଗ୍ଧ ଉତ୍ପାଦକ ତଥା ଗୁଜରାଟ କୋ-ଅପରେଟିଭ ମିଲ୍କି ମାେକେଟିିଂ ଫେଡେରେଶନ ଲିମିଟେଡ୍‌ (ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌) ର ଅଗ୍ରଣୀ ବ୍ରାଣ୍ଡ ‘ଅମୂଲ’ର ନୂତନ ଉତ୍ପାଦ ସମ୍ଭାରକୁ ଓଡ଼ିଶା ବଜାରରେ ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବଜାରରେ ବ୍ରାଣ୍ଡ୍‌ର ଅମୂଲ୍‌ ଗୋଲ୍ଡ, ଅମୂଲ୍‌ ଶକ୍ତି, ଅମୂଲ୍‌ ତାଜା ଏବଂ ଅମୂଲ୍‌ ଗାଈ କ୍ଷୀର ସହ ଅମୂଲ୍‌ ମସ୍ତି ଦହି ପାଉଚ୍‌ ଏବଂ କପ୍‌ ସମେତ ମିଠା ଲସି ଓ ପ୍ରୋବାୟୋଟିକ ମସଲା ତଡ଼କା ଘୋଳଦହି ଆଦି ଉପଲବ୍ଧ।

ଏହି ପରିପ୍ରେକ୍ଷୀରେ ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌ ବା ଅମୂଲ ପକ୍ଷରୁ ରାଉରକେଲାଠାରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ କମ୍ପାନୀର ବରିଷ୍ଠ ଅଧିକାରୀ ବ୍ରାଣ୍ଡ୍‌ର ନୂତନ ଉତ୍ପାଦ ସହ ରାଉରକେଲାରେ ଅମୂଲର ଫ୍ରେସ୍‌ ଉତ୍ପାଦ ସମ୍ଭାର ବିକ୍ରି ଆରମ୍ଭ ସମ୍ପର୍କରେ ଘୋଷଣା କରିଥିଲେ। ଏପରିକି ଏହା ପୂର୍ବରୁ ୨୦୨୪ ଏପ୍ରିଲରେ ଅମୂଲର ତାଜା କ୍ଷୀର ଶ୍ରେଣୀର ଉତ୍ପାଦ (ଅମୂଲ୍‌ ବ୍ରାଣ୍ଡ୍‌) ଓଡ଼ିଶାର ସମ୍ବଲପୁର ସହରରୁ ବିକ୍ରି ଆରମ୍ଭ ସହିତ ଗ୍ରାହକମାନଙ୍କର ଭଲ ପ୍ରତିକ୍ରିୟା ମଧ୍ୟ ପାଇଛି।

ଉଲ୍ଲେଖଯୋଗ୍ୟ, ୨୦୨୪ ଜୁନ୍‌ ୧୭ରୁ ରାଉରକେଲା ବଜାରରେ ଅମୂଲର ସମସ୍ତ ପ୍ରକାର ତାଜା କ୍ଷୀର ଏବଂ ଉତ୍ପାଦ ଉପଲବ୍ଧ ହେବ ବୋଲି ବ୍ରାଣ୍ଡ୍‌ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଜିସିଏମ୍‌ଏମ୍‌ଏଫ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଜୟେନ୍‌ ମେହେଟ୍ଟା କହିଛନ୍ତି, ଅମୂଲର ତାଜା ଉତ୍ପାଦ ବିକ୍ରି ପାଇଁ ଓଡ଼ିଶାର ରାଉରକେଲା ସହରକୁ ଆମେ ଯୋଗ୍ୟ ମାର୍କେଟ ଭାବେ ଚିହ୍ନଟ କରିଛୁ। ଏପରିକି ବ୍ରାଣ୍ଡ୍‌ର ତାଜା ଉତ୍ପାଦ ଶ୍ରେଣୀରେ ଆମେ ଅମୂଲ ପାଉଚ୍‌ କ୍ଷୀର, ଦହି, ଘୋଳଦହି, ଲସି, ପନିର ଆଦି ରାଉରକେଲାର ଗ୍ରାହକମାନଙ୍କୁ ବିକ୍ରି କରିବୁ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri