Posted inଜାତୀୟ

ଓଲଟିଲା ସେନା ଜିପ୍ସି: ୩ ଯବାନ ଜୀବନ୍ତ ଦଗ୍ଧ

ଶ୍ରୀଗଙ୍ଗାନଗର,୨୫।୩: ରାଜସ୍ଥାନର ଶ୍ରୀଗଙ୍ଗନଗର ଜିଲାରେ ଭାରତ ପାକିସ୍ତାନ ଅନ୍ତର୍ଜାତୀୟ ସୀମା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର-ଗୁରୁବାର ବିଳମ୍ବିତ ରାତ୍ରରେ ଭାରତୀୟ ସେନାର ଏକ ଜିପ୍ସି ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗି ଯାଇଛି। ଏହି ଘଟଣାରେ ଜିପ୍ସିରେ ଥିବା ୩ ଯବାନ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଏଥିରେ ୫ ଜଣ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ମିଳିଟାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁରତଗଡ଼-ଛତରଗଡ଼ ରାସ୍ତାରେ ଗୋପାଳସାର ନିକଟରେ ଏହି ଦୁର୍ଘଟଣା ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଇନ୍ଦିରା ଗାନ୍ଧୀ କେନାଲର ୩୩୦-ଆର୍‌ଡ଼ି ନିକଟରେ ଭଟିଣ୍ଡାର ୪୭-ଏଡି ୟୁନିଟ୍‌ର ଯବାନ ଯୁଦ୍ଧାଭ୍ୟାସ ପାଇଁ ସୁରତଗଡ଼ ଆସିଥିଲେ। ଜିପ୍ସିଟି ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା। ସ୍ଥାନୀୟ ବାସିନ୍ଦା ୫ ଜଣ ଯବାନଙ୍କୁ ଉଦ୍ଧାର କରିଥିଲେ ମଧ୍ୟ ଅନ୍ୟ ୩ ଜଣଙ୍କୁ ବଞ୍ଚାଇବା ସମ୍ଭବ ହୋଇ ନ ଥିଲା। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

RSSର ବଡ଼ ପ୍ଲାନ! ମୋଦିଙ୍କ ପରେ Gen-Zଙ୍କ ସହ ସିଧାସଳଖ କଥା ହେବେ ମୋହନ ଭାଗବତ

ନୂଆଦିଲ୍ଲୀ,୩।୮: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ର ସଂଘ ଚାଳକ ମୋହନ ଭାଗବତ ଅଗଷ୍ଟ ୬ ତାରିଖରେ ଦେଶର ଯୁବବର୍ଗଙ୍କ ସହ ସୀଧାସଳଖ କଥାବାର୍ତ୍ତା କରିବେ। ଆରଏସଏସ…

ବାଙ୍କିପୁର ବିଜୟ ପରେ ପିଏମ୍‌ ମୋଦିଙ୍କୁ ଏହି ଅପିଲ କଲେ ପ୍ରଶାନ୍ତ କିଶୋର, ଆଶ୍ଚର୍ଯ୍ୟ ହୋଇଗଲା ଭାଜପା!

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିଛନ୍ତି ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ତେବେ ଭୋଟ ଗଣତି ଚାଲିଥିବା ସମୟରେ ଗଣମାଧ୍ୟମ ସହ…

ଜିତିଲେ ପ୍ରଶାନ୍ତ କିଶୋର, ଭାଙ୍ଗିଲା ଭାଜପାର ୩୫ ବର୍ଷର ଗଡ଼, ଏତିକି ଭୋଟ ବ୍ୟବଧାନରେ ବଡ଼ ବିଜୟ

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ବଡ଼ ବିଜୟ ହାସଲ କଲେ ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କୁ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri