ଅର୍ଜିତ ଶିକ୍ଷା ଜ୍ଞାନକୁ ସମାଜ, ଦେଶର ଉନ୍ନତିରେ ବିନିଯୋଗ କର: ରାଷ୍ଟ୍ରପତି

ବ୍ରହ୍ମପୁର,୧ା୩(ତନୁଶ୍ରୀ ନାହାକ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ବ୍ରହ୍ମପୁର ଆସି ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଏହି ଉତ୍ସବରେ ସେ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଥିଲେ। ରାଷ୍ଟ୍ରପତି କହିଥିଲେ, ନିଜ ଦ୍ୱାରା ଅର୍ଜିତ ଜ୍ଞାନକୁ ନିଜର, ନିଜ ପରିବାର, ନିଜେ ବାସ କରୁଥିବା ସମାଜ ତଥା ରାଜ୍ୟ ଓ ଦେଶର ହିତ ସାଧନ କରିବା ନିମନ୍ତେ ବିନିଯୋଗ କର। ଏହା ସହ ଗଞ୍ଜାମ ଜିଲା ହେଉଛି ଓ କର୍ମଭୂମି ବୀରଙ୍କ ଭୂମି ତଥା ସଂସ୍କୃତି କଳା ଓ ଜ୍ଞାନର ଗନ୍ତାଘର। ଏଇଠି ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ଏଠିକାର ମହାପୁରୁଷ ପୁର୍ବତନ ରାଷ୍ଟ୍ରପତି ଭିଭି ଗିରି, ଗଞ୍ଜାମ ମାଟିର ସୁପୁତ୍ର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ,ମହାରାଜା କୃଷ୍ଣଚନ୍ଦ୍ର ମର୍ଦ୍ଧରାଜ, ବିନାୟକ ଆଚାର୍ଯ୍ୟ, ଶଶିଭୂଷଣ ରଥ, ବିଶ୍ୱନାଥ ଦାସ, ଚକରା ବିଷୋୟୀ, ସଦାଶିବ ତ୍ରିପାଠୀ, ଲକ୍ଷ୍ମଣ ନାୟକଙ୍କ ଭଳି ମହାନ ଜନନାୟକଙ୍କୁ ଧରି ଗର୍ବିତ। ଏହି ମାଟି ଏମାନଙ୍କୁ ନିଜ ଆଦର୍ଶ ଭାବେ ଗ୍ରହଣ କରନ୍ତୁ । ତମୋସା ମା ଜ୍ୟୋତିର୍ଗମୟ ବାକ୍ୟକୁ ପ୍ରତିପାଦିତ କରିବା ନିମନ୍ତେ ଯେଉଁ ଭଳି ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କାର୍ଯ୍ୟକରୁଛି ଏଥିରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି ହେଉଛି । ଜୀବିକା ନିମନ୍ତେ ଯାହା ପନ୍ଥା ଆବଶ୍ୟକ ଗ୍ରହଣ କର କିନ୍ତୁ ନିଜର ଉନ୍ନତି ସହ ଦେଶର ଉନ୍ନତି କଥା ପ୍ରତି ସମାନ ଗୁରୁତ୍ୱ ଦିଅ ବୋଲି ରାଷ୍ଟ୍ରପତି କହିଛନ୍ତି।

କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ଉଚ୍ଚଶିକ୍ଷା ତଥା ଖାଦ୍ୟ ଓ ଯୋଗାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗଦେଇଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଉଚ୍ଚଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ନିମନ୍ତେ ଛାତ୍ରବୃତ୍ତିଠାରୁ ଆରମ୍ଭ କରି ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧି ନିମନ୍ତେ ନିଆଯାଇଥିବା ପ୍ରତ୍ୟେକ ପଦକ୍ଷେପ ଓ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ।

ସମାବର୍ତ୍ତନ ଉତ୍ସବରେ ୩୧ ଜଣଙ୍କୁ ସ୍ବର୍ଣ୍ଣପଦକ, ୪୩ ଜଣଙ୍କୁ ପିଏଚ୍‌ ଜଣେ ୩ ଜଣ ସ୍କଲାରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବ୍ରହ୍ମପୁର ଏସ୍‌ପି ବିବେକ ଏମ୍‌, ରାଜ୍ୟ କାଜୁ ନିଗମ ଉନ୍ନୟନ ଅଧ୍ୟକ୍ଷ ସୁବାସ ମହାରଣା ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri