ପିଡିଏସ୍‌ ଚାଉଳରେ ଅପମିଶ୍ରଣ ଖବରର ତଦନ୍ତ କରାନ୍ତୁ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):ରାଜ୍ୟରେ ବଣ୍ଟନ ହେଉଥିବା ପିଡିଏସ୍‌ ଚାଉଳ ଅପମିଶ୍ରିତ ହେବା ଖବରର ତୁରନ୍ତ ତଦନ୍ତ କରିବା ଆବଶ୍ୟକତା ଅଛି। ଏହାସହ ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରିବା ପାଇଁ ଯଥାଶୀଘ୍ର ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଚିଠି ଲେଖି ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି।
ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, କେନ୍ଦ୍ର ଖାଉଟି ବ୍ୟାପାର ଏବଂ ଖାଦ୍ୟ ଓ ସାଧାରଣ ଯୋଗାଣ ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଭାରତବର୍ଷର କୋଟି କୋଟି ଲୋକଙ୍କ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରୁଛି। ଏହି ଯୋଜନାର ପ୍ରମୁଖ ଲାଭାର୍ଥୀ ଓଡ଼ିଶା ହୋଇଛି। ପ୍ରାୟ ୩.୨୫ କୋଟି ହିତାଧିକାରୀଙ୍କୁ ଏହି ଯୋଜନାରେ ଚାଉଳ ପ୍ରଦାନ କରାଯାଉଛି। ମାତ୍ର ନିକଟରେ କୋରାପୁଟ ଜିଲାର ଲମତାପୁଟ, ବାଲେଶ୍ୱରର ସଦର ବ୍ଲକ ତଥା ସୁନ୍ଦରଗଡ଼ ଜିଲା ବଡବାହାଲଠାରେ ପିଡିଏସରେ ଦିଆଯାଉଥିବା ଚାଉଳ ନେଇ ଜନସାଧାରଣଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଥିବା ଜଣାପଡିଛି। ପୂର୍ବରୁ ମିଳୁଥିବା ଚାଉଳ ଏବଂ ବର୍ତ୍ତମାନ ମିଳୁଥିବା ଚାଉଳରେ ପାର୍ଥକ୍ୟ ରହିଥିବା କୁହାଯାଉଛି। ବର୍ତ୍ତମାନ ମିଳୁଥିବା ଚାଉଳ ପାଣିରେ ଭିଜିବା ପରେ ତଳେ ରହିବା ପରିବର୍ତ୍ତେ ଉପରେ ଭାସମାନ ଅବସ୍ଥାରେ ରହୁଛି ଏବଂ ରନ୍ଧାଶୈଳୀ ଓ ସ୍ବାଦ ମଧ୍ୟ ଭିନ୍ନଥିବା ଜଣାପଡିଛି। ଏହି କାରଣରୁ ପିଡିଏସ ମାଧ୍ୟମରେ ପ୍ଲାଷ୍ଟିକ ଚାଉଳ ବଣ୍ଟନ କରାଯାଉଥିବା ନେଇ ଗୁଜବ ସୃଷ୍ଟି କରାଯାଉଛି। ଏହାଦ୍ୱାରା ସମ୍ପୃକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହି ବିଷୟରେ ତଦନ୍ତ କରିବା ପାଇଁ ମନ୍ତ୍ରଣାଳୟର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ଲାଗି କେନ୍ଦ୍ରମନ୍ତ୍ରୀ ପୀୟୂଷଙ୍କୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?