Posted inଜାତୀୟ

ଅଯୋଧ୍ୟା ଜମି ଦୁର୍ନୀତିର ତଦନ୍ତ ହେଉ

ନୂଆଦିଲ୍ଲୀ, ୨୧।୬: ଅଯୋଧ୍ୟା ରାମମନ୍ଦିର ଟ୍ରଷ୍ଟ ଜମି କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି କଂଗ୍ରେସ ଏହାର ତଦନ୍ତ ଦାବି କରିଛି। ସତ୍ୟ ପଦାକୁ ଆଣିବାକୁ ହେଲେ ଅଦାଲତଙ୍କ ତତ୍ତ୍ୱାବଧାନରେ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସୁପ୍ରିମକୋର୍ଟଙ୍କ ଦାୟିତ୍ୱ ବୋଲି କଂଗ୍ରେସ ମୁଖ୍ୟ ମୁଖପାତ୍ର ରଣଦୀପ୍‌ ସୁର୍ଜଓ୍ବୋଲା କହିଛନ୍ତି। ଭଗବାନ ରାମଙ୍କ ନାମରେ ସଂଗୃହୀତ ଅର୍ଥ ଲୁଟ୍‌ ହେଉଛି। ଏଥିରେ ଅଯୋଧ୍ୟାର ସ୍ଥାନୀୟ ନେତା ସମ୍ପୃକ୍ତ। ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଓ ସୁପ୍ରିମକୋର୍ଟଙ୍କ ନୀରବତାକୁ ନେଇ ସୁର୍ଜଓ୍ବୋଲା ପ୍ରଶ୍ନ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ ଭାଜପା ନେତା ଫେବୃୟାରୀରେ ୨୦ ଲକ୍ଷ ଟଙ୍କାରେ ଅଯୋଧ୍ୟାରେ ଜମି କିଣି ଏହାକୁ ୨.୫ କୋଟି ଟଙ୍କାରେ ରାମମନ୍ଦିର ଟ୍ରଷ୍ଟକୁ ବିକ୍ରି କରିଛନ୍ତି। ମାତ୍ର ୭୯ ଦିନରେ ଭାଜପା ନେତା ଉକ୍ତ ଜମିରୁ ୧୨୫୦ ପ୍ରତିଶତ ଲାଭ ଉଠାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ରାମ ମନ୍ଦିର ନିର୍ମାଣ ହେଉଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ଟ୍ରଷ୍ଟ ଗଠନ କରିଛନ୍ତି। ତେଣୁ ସତ୍ୟ ଲୋକଲୋଚନକୁ ଆଣିବା ସୁପ୍ରିମକୋର୍ଟ ଓ ପ୍ରଧାନମନ୍ତ୍ରୀଙ୍କ ଦାୟିତ୍ୱ ନୁହେଁ କି ବୋଲି ସୁର୍ଜଓ୍ବୋଲା ପ୍ରଶ୍ନ କରିଛନ୍ତି। ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ଟ୍ରଷ୍ଟ୍‌ର ସମସ୍ତ କାରବାରର ଅଡିଟ୍‌ କରାଯାଇ ଦୋଷୀଙ୍କୁ ଦଣ୍ଡ ଦିଆଯାଉ ବୋଲି କଂଗ୍ରେସ ମୁଖପାତ୍ର କହିଛନ୍ତି। ରାମଙ୍କ ନାମରେ ସଂଗୃହୀତ ଚାନ୍ଦା ଲୁଟ୍‌ ହେଲେ ଲୋକେ କଦାପି କ୍ଷମା ଦେବେନାହିଁ। ସୂଚନାଯୋଗ୍ୟ ଗତ ମାର୍ଚ୍ଚ ୧୮ରେ ଦୁଇଜଣ ରିଅଲ ଇଷ୍ଟେଟ ବ୍ୟବସାୟୀ ୨ କୋଟି ଟଙ୍କାରେ କିଣିଥିବା ଜମିକୁ ମାତ୍ର କେଇ ମିନିଟ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟକୁ ୧୮.୫ କୋଟି ଟଙ୍କାରେ ବିକିଥିଲେ। ୬ ଦିନ ତଳେ ଆମ୍‌ ଆଦ୍‌ମୀ ପାର୍ଟି ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଏବଂ ସମାଜବାଦୀ ପାର୍ଟ ନେତା ପଓ୍ବନ ପାଣ୍ଡେ ଏହି ଜମି ଦୁର୍ନୀତି ସମ୍ପର୍କରେ ଏକ ଖବରଦାତା ସମ୍ମିଳନୀକୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri