Posted inଜାତୀୟ

ଅଯୋଧ୍ୟା ଜମି ଦୁର୍ନୀତିର ତଦନ୍ତ ହେଉ

ନୂଆଦିଲ୍ଲୀ, ୨୧।୬: ଅଯୋଧ୍ୟା ରାମମନ୍ଦିର ଟ୍ରଷ୍ଟ ଜମି କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି କଂଗ୍ରେସ ଏହାର ତଦନ୍ତ ଦାବି କରିଛି। ସତ୍ୟ ପଦାକୁ ଆଣିବାକୁ ହେଲେ ଅଦାଲତଙ୍କ ତତ୍ତ୍ୱାବଧାନରେ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସୁପ୍ରିମକୋର୍ଟଙ୍କ ଦାୟିତ୍ୱ ବୋଲି କଂଗ୍ରେସ ମୁଖ୍ୟ ମୁଖପାତ୍ର ରଣଦୀପ୍‌ ସୁର୍ଜଓ୍ବୋଲା କହିଛନ୍ତି। ଭଗବାନ ରାମଙ୍କ ନାମରେ ସଂଗୃହୀତ ଅର୍ଥ ଲୁଟ୍‌ ହେଉଛି। ଏଥିରେ ଅଯୋଧ୍ୟାର ସ୍ଥାନୀୟ ନେତା ସମ୍ପୃକ୍ତ। ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଓ ସୁପ୍ରିମକୋର୍ଟଙ୍କ ନୀରବତାକୁ ନେଇ ସୁର୍ଜଓ୍ବୋଲା ପ୍ରଶ୍ନ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ ଭାଜପା ନେତା ଫେବୃୟାରୀରେ ୨୦ ଲକ୍ଷ ଟଙ୍କାରେ ଅଯୋଧ୍ୟାରେ ଜମି କିଣି ଏହାକୁ ୨.୫ କୋଟି ଟଙ୍କାରେ ରାମମନ୍ଦିର ଟ୍ରଷ୍ଟକୁ ବିକ୍ରି କରିଛନ୍ତି। ମାତ୍ର ୭୯ ଦିନରେ ଭାଜପା ନେତା ଉକ୍ତ ଜମିରୁ ୧୨୫୦ ପ୍ରତିଶତ ଲାଭ ଉଠାଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ରାମ ମନ୍ଦିର ନିର୍ମାଣ ହେଉଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ଟ୍ରଷ୍ଟ ଗଠନ କରିଛନ୍ତି। ତେଣୁ ସତ୍ୟ ଲୋକଲୋଚନକୁ ଆଣିବା ସୁପ୍ରିମକୋର୍ଟ ଓ ପ୍ରଧାନମନ୍ତ୍ରୀଙ୍କ ଦାୟିତ୍ୱ ନୁହେଁ କି ବୋଲି ସୁର୍ଜଓ୍ବୋଲା ପ୍ରଶ୍ନ କରିଛନ୍ତି। ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ଟ୍ରଷ୍ଟ୍‌ର ସମସ୍ତ କାରବାରର ଅଡିଟ୍‌ କରାଯାଇ ଦୋଷୀଙ୍କୁ ଦଣ୍ଡ ଦିଆଯାଉ ବୋଲି କଂଗ୍ରେସ ମୁଖପାତ୍ର କହିଛନ୍ତି। ରାମଙ୍କ ନାମରେ ସଂଗୃହୀତ ଚାନ୍ଦା ଲୁଟ୍‌ ହେଲେ ଲୋକେ କଦାପି କ୍ଷମା ଦେବେନାହିଁ। ସୂଚନାଯୋଗ୍ୟ ଗତ ମାର୍ଚ୍ଚ ୧୮ରେ ଦୁଇଜଣ ରିଅଲ ଇଷ୍ଟେଟ ବ୍ୟବସାୟୀ ୨ କୋଟି ଟଙ୍କାରେ କିଣିଥିବା ଜମିକୁ ମାତ୍ର କେଇ ମିନିଟ ପରେ ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟକୁ ୧୮.୫ କୋଟି ଟଙ୍କାରେ ବିକିଥିଲେ। ୬ ଦିନ ତଳେ ଆମ୍‌ ଆଦ୍‌ମୀ ପାର୍ଟି ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଏବଂ ସମାଜବାଦୀ ପାର୍ଟ ନେତା ପଓ୍ବନ ପାଣ୍ଡେ ଏହି ଜମି ଦୁର୍ନୀତି ସମ୍ପର୍କରେ ଏକ ଖବରଦାତା ସମ୍ମିଳନୀକୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?