ତଦନ୍ତ ପାଇଁ ଯାଇଥିବା ବେଳେ ତଦନ୍ତ ଅଧିକାରୀଙ୍କ ସହ ଧସ୍ତାଧସ୍ତି, ଥାନାରେ…

ଗଜପତି,୧୧।୧(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ରାଣୀପେଣ୍ଠା ଗ୍ରାମ ନିକଟରେ ଗୋଟିଏ ଆବାସିକ ଘରେ କୌଣସି ଏକ ସଂଗଠନ ତରଫରୁ ଚାକିରି ଦେବା ନାମରେ ତାଲିମ ଦିଆଯାଉଥିଲା । ଏନେଇ ଖବର ପାଇ ପାରଳାଖେମୁଣ୍ଡି ପୋଲିସ ତଦନ୍ତ ପାଇଁ ଯାଇଥିବା ବେଳେ ସେଠାରେ ପୋଲିସ ଏବଂ ସମ୍ପୃକ୍ତ ସଂସ୍ଥାର କିଛି ବ୍ୟକ୍ତିଙ୍କ ମଧ୍ୟରେ ଧସ୍ତାଧସ୍ତି ହେବା ଘଟଣା ସାମ୍ନାକୁ ଆସିଛି । ଯାହାକୁ ନେଇ ପାରଳାଖେମୁଣ୍ଡି ଥାନାରେ ଏକ ମାମଲା ରୁଜ୍ଜୁ ହୋଇଛି ।

ସୂଚନା ଅନୁସାରେ, ବ୍ରେଭ ବ୍ଲୁମ୍ ନାମକ ସଂସ୍ଥା ତରଫରୁ ଜଳବାୟୁ ସୁରଖ୍ୟା ପରିଷଦ ଆରୋଗ୍ୟ ମିତ୍ର ପ୍ରଶିକ୍ଷଣ ଶିବିର ନାମରେ କିଛି ଆଦିବାସୀ ଛାତ୍ର ଛାତ୍ରୀଙ୍କ ତାଲିମ ଦିଆଯାଇଥିଲା । ଦୁଇ ଦିନ ଧରି ଚାଲିଥିବା ଏହି ତାଲିମକୁ ନେଇ ବିଭିନ୍ନ ଅଭିଯୋଗ ଉଠିଥିଲା ଯେ କୌଣସି ସରକାରି ଆନୁମତି ରହିନଥିବା ଏବଂ ତଦନ୍ତ ସମୟରେ ସମ୍ପୃକ୍ତ ସଂସ୍ଥା ତରଫରୁ ଆବଶ୍ୟକୀୟ କୌଣସି ଦସ୍ତାବିଜ ଉପସ୍ଥାପନ କରିପାରିନଥିଲେ । ତଦନ୍ତ ସମୟରେ ଯାଇଥିବା ପୋଲିସ ଅଧିକାରୀ ପ୍ରଫୁଲ୍ଲ ଜାଗାରଙ୍ଗା ଏବଂ ସଂସ୍ଥାର କର୍ମଚାରୀଙ୍କ ଧସ୍ତାଧସ୍ତିର ଶିକାର ହୋଇଥିଲେ। ଯାହାକୁ ନେଇ ପାରଳାଖେମୁଣ୍ଡି ଥାନାରେ ୫/୨୬ ରେ ଏକ ମାମଲା ରୁଜ୍ଜୁ କରି ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ମଜେସ ଜେନା ଓ ଦୀପକ କରାଡ। ପୋଲିସ ଏମାନଙ୍କୁ ଗିରଫ କରି ଘଟଣାର ତଦନ୍ତ କରିବା ସହ କୋର୍ଟ ଚାଲାଣ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri