୭୪ ଦିନ ପରେ ସ୍ବାସ୍ଥ୍ୟ ବିଭାଗର ନିଦ ଭାଙ୍ଗିଲା: ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲରେ ନିଶ୍ଚେତକ ବିଶେଷଜ୍ଞ ଏବଂ ସର୍ଜରୀ ବିଶେଷଜ୍ଞ ପଦବୀ ବହୁ ବର୍ଷ ହେବ ଖାଲି ପଡ଼ିଛି। ଫଳରେ ଏଠାକୁ ଚିକିତ୍ସିତ ହେବାକୁ ଆସୁଥିବା ରୋଗୀମାନେ ଉକ୍ତ ସେବା ପାଇ ନ ପାରି ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିସହ ଅଧିକାଂଶ ସମୟ ରୋଗୀଙ୍କୁ ୮୦ କିମି ଦୁର ବ୍ରହ୍ମପୁର ଯାଇ ଚିକିତ୍ସିତ ହେବାକୁ ପଡୁଛି। ଏହିଭଳି ପରିସ୍ଥିତିରେ ଗତ ମାର୍ଚ୍ଚ ମାସ ୨୭ ତାରିଖରେ ବେଲଗୁଣ୍ଠା ବ୍ଲକ ଉଢୁରା ଗ୍ରାମର ଗର୍ଭବତୀ ମହିଳା ଟିକିନା ସାମଲ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ୨୯ ତାରିଖରେ ସେ ମୃତ୍ୟୁବରଣ କରିଥିଲେ। ଉପଯୁକ୍ତ ରୋଗୀ ସେବା ନିର୍ଦ୍ଧାରିତ ସମୟରେ ନ ମିଳିବାରୁ ଚିକିତ୍ସା ଅବହେଳାରୁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏଥିସହ ଏହି ଘଟଣାକୁ ନେଇ ମେଡ଼ିକାଲରେ ଉକ୍ତ ଦିନ ପ୍ରବଳ ଉତ୍ତେଜନା ଦେଖା ଦେଇଥିଲା। ଏଥିସହ ଘଟଣା ସମ୍ପର୍କରେ ପରିବାର ଲୋକେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ।

ଅଭିଯୋଗର ୭୪ ଦିନ ପରେ ଗଞ୍ଜାମ ଜିଲା ସାସ୍ଥ୍ୟ ବିଭାଗର ନିଦ ଭାଙ୍ଗିଛି। ଜିଲା ସାସ୍ଥ୍ୟ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ତଦନ୍ତକାରୀ ଟିମ ରେ ଏଡିପିଏଚ୍‌ଓ ଡ଼ା ସରୋଜିନୀ ଦେବୀ ଓ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୁତି ରୋଗ ବିଶେଷଜ୍ଞ ଡ. ସୁଚିତ୍ରା ସାହୁ ବୁଧବାର ଭଞ୍ଜନଗର ମେଡ଼ିକାଲରେ ପହଞ୍ଚି ଘଟଣାର ତଦନ୍ତ କରି ଫେରିଯାଇଛନ୍ତି। ଟିମ ଜିଲା ସାସ୍ଥ୍ୟ ଅଧିକାରୀଙ୍କୁ ତାଙ୍କ ରିପୋର୍ଟ ପ୍ରଦାନ କରିବେ। ଏହାପରେ ଯଦି କିଏ ଅବହେଳା କରିଥିବାର ପ୍ରମାଣ ମିଳେ ତେବେ ସଂମ୍ପୃକ୍ତ କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ନିଆଯିବା ସମ୍ଭାବନା ରହିଛି। ଅପରପକ୍ଷେ ଗର୍ଭବତୀ ମହିଳା ଏବଂ ଶିଶୁ ମୃତ୍ୟୁହାର ରୋକିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ତଥାପି କେଉଁଠି ଅବହେଳା ଯୋଗୁ ଯୋଜନା ବାଟବଣା ହୋଇଯାଉଛି। ଯାହାକି ଚିନ୍ତାଜନକ ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri