୭୪ ଦିନ ପରେ ସ୍ବାସ୍ଥ୍ୟ ବିଭାଗର ନିଦ ଭାଙ୍ଗିଲା: ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲରେ ନିଶ୍ଚେତକ ବିଶେଷଜ୍ଞ ଏବଂ ସର୍ଜରୀ ବିଶେଷଜ୍ଞ ପଦବୀ ବହୁ ବର୍ଷ ହେବ ଖାଲି ପଡ଼ିଛି। ଫଳରେ ଏଠାକୁ ଚିକିତ୍ସିତ ହେବାକୁ ଆସୁଥିବା ରୋଗୀମାନେ ଉକ୍ତ ସେବା ପାଇ ନ ପାରି ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିସହ ଅଧିକାଂଶ ସମୟ ରୋଗୀଙ୍କୁ ୮୦ କିମି ଦୁର ବ୍ରହ୍ମପୁର ଯାଇ ଚିକିତ୍ସିତ ହେବାକୁ ପଡୁଛି। ଏହିଭଳି ପରିସ୍ଥିତିରେ ଗତ ମାର୍ଚ୍ଚ ମାସ ୨୭ ତାରିଖରେ ବେଲଗୁଣ୍ଠା ବ୍ଲକ ଉଢୁରା ଗ୍ରାମର ଗର୍ଭବତୀ ମହିଳା ଟିକିନା ସାମଲ ଭଞ୍ଜନଗର ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ୨୯ ତାରିଖରେ ସେ ମୃତ୍ୟୁବରଣ କରିଥିଲେ। ଉପଯୁକ୍ତ ରୋଗୀ ସେବା ନିର୍ଦ୍ଧାରିତ ସମୟରେ ନ ମିଳିବାରୁ ଚିକିତ୍ସା ଅବହେଳାରୁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏଥିସହ ଏହି ଘଟଣାକୁ ନେଇ ମେଡ଼ିକାଲରେ ଉକ୍ତ ଦିନ ପ୍ରବଳ ଉତ୍ତେଜନା ଦେଖା ଦେଇଥିଲା। ଏଥିସହ ଘଟଣା ସମ୍ପର୍କରେ ପରିବାର ଲୋକେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ।

ଅଭିଯୋଗର ୭୪ ଦିନ ପରେ ଗଞ୍ଜାମ ଜିଲା ସାସ୍ଥ୍ୟ ବିଭାଗର ନିଦ ଭାଙ୍ଗିଛି। ଜିଲା ସାସ୍ଥ୍ୟ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ତଦନ୍ତକାରୀ ଟିମ ରେ ଏଡିପିଏଚ୍‌ଓ ଡ଼ା ସରୋଜିନୀ ଦେବୀ ଓ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୁତି ରୋଗ ବିଶେଷଜ୍ଞ ଡ. ସୁଚିତ୍ରା ସାହୁ ବୁଧବାର ଭଞ୍ଜନଗର ମେଡ଼ିକାଲରେ ପହଞ୍ଚି ଘଟଣାର ତଦନ୍ତ କରି ଫେରିଯାଇଛନ୍ତି। ଟିମ ଜିଲା ସାସ୍ଥ୍ୟ ଅଧିକାରୀଙ୍କୁ ତାଙ୍କ ରିପୋର୍ଟ ପ୍ରଦାନ କରିବେ। ଏହାପରେ ଯଦି କିଏ ଅବହେଳା କରିଥିବାର ପ୍ରମାଣ ମିଳେ ତେବେ ସଂମ୍ପୃକ୍ତ କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ନିଆଯିବା ସମ୍ଭାବନା ରହିଛି। ଅପରପକ୍ଷେ ଗର୍ଭବତୀ ମହିଳା ଏବଂ ଶିଶୁ ମୃତ୍ୟୁହାର ରୋକିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ତଥାପି କେଉଁଠି ଅବହେଳା ଯୋଗୁ ଯୋଜନା ବାଟବଣା ହୋଇଯାଉଛି। ଯାହାକି ଚିନ୍ତାଜନକ ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri