ଏନ୍‌ଜିଟି ୪ଜଣିଆ ଟିମ୍‌ର ତଦନ୍ତ

ବାରିପଦା ଅଫିସ,୭ା୪: ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀର ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ଲଘୁ ଖଣିଜ ଦ୍ରବ୍ୟର ବେଆଇନ ଉତ୍ତୋଳନ ଓ ପରିବହନକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ବୁଧବାର ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ର ଏକ ୪ ଜଣିଆ କମିଟି ଉଭୟ ସଇରାତକୁ ଯାଇ ତଦନ୍ତ ସହ ବେଆଇନ ଗଚ୍ଛିତ ଥିବା ବାଲି ସମ୍ପର୍କରେ ତଥ୍ୟ ସଂଗ୍ରହ କରିଛି। ଏକ ମାସ ମଧ୍ୟରେ ତଦନ୍ତ ରିପୋର୍ଟ ଏନ୍‌ଜିଟିକୁ ପ୍ରଦାନ କରିବା ପରେ ଆସନ୍ତା ୨୨ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି। ଉକ୍ତ କମିଟିରେ ରାଜ୍ୟ ପରିବେଶ ଓ ପ୍ରଭାବ ମୂଲ୍ୟାୟନ କର୍ତ୍ତୃପକ୍ଷଙ୍କ ଜଣେ ବରିଷ୍ଠ ବୈଜ୍ଞାନିକ, ରାଜ୍ୟ ପ୍ରଦୂଷଣ ବୋର୍ଡର ବରିଷ୍ଠ ବୈଜ୍ଞାନିକ, ଜିଲାପାଳଙ୍କ ପ୍ରତିନିଧି ଓ ଜିଲା ଖଣି ଅଧିକାରୀ ତଦନ୍ତ କରିବାକୁ ଆସିଛନ୍ତି। ପ୍ରାରମ୍ଭରେ ବେତନଟୀ କଲେଜ ପଛ ପାର୍ଶ୍ୱ ଗରୁଡବସାରେ ଗଚ୍ଛିତ ଥିବା ବାଲି ଗଦାକୁ ଯାଇ ତଦନ୍ତ କରିବା ପରେ ବଡ଼ସାହି ତହସିଲ ଅଭିମୁଖେ ଯାଇଥିଲେ ା ପରେ ଉଭୟ ସଇରାତ ଯାଇ ଉତ୍ତୋଳନ ଓ ପରିବହନ ସମ୍ପର୍କିତ ତଥ୍ୟ ସଂଗ୍ରହ କରି ଫେରିଛନ୍ତି। ବାଲି ମାଫିଆଙ୍କ ଆକ୍ରୋଶର ଶିକାରକୁ ଦୃଷ୍ଟିରେ ରଖି ଏକ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା। ବେତନଟୀ ଏସ୍‌ଡିପିଓ ସୁଦର୍ଶନ ଦାସ ଓ ବଡ଼ସାହି ଆଇଆଇସି ସଦଳବଳ ପହଞ୍ଚି ତଦନ୍ତକାରୀ ଅଧିକାରୀଙ୍କୁ ସୁରକ୍ଷା ଯୋଗାଇଥିଲେ।
ଅନୁଯାୟୀ, ବଡ଼ସାହି ତହସିଲ ଅଧୀନ ଆରପଟା ଓ ଡିଙ୍ଗିରା ବାଲି ସଇରାତରୁ ବେଆଇନ ଲଘୁଖଣିଜ ଉତ୍ତୋଳନ ଓ ପରିବହନକୁ ନେଇ ରାଧା ମୋହନ ସିଂଙ୍କ ଅଭିଯୋଗ କ୍ରମେ ଏନ୍‌ଜିଟି ଇଷ୍ଟର୍ଣ୍ଣ ଜୋନ୍‌ ବେଞ୍ଚ କୋଲକାତାରେ ମାମଲା ରୁଜୁ ହୋଇଛି। ଉଭୟ ସଇରାତରୁ ପାଖାପାଖି ଶହେ କୋଟି ଟଙ୍କାର ରାଜସ୍ବ କ୍ଷତି ହୋଇଥିବା ନେଇ ଏନ୍‌ଜିଟିର ଜୁଡିସିଆଲ ମେମ୍ବର ଜଷ୍ଟିସ ବି.ସ୍ଥହଲେକାର ଓ ଏକ୍ସପର୍ଟ ମେମ୍ବର ସାଇବଲ ଦାସଗୁପ୍ତାଙ୍କ ଖଣ୍ଡପୀଠ ମାମଲାରେ ୧୬ଜଣ ଅଧିକାରୀଙ୍କୁ ପକ୍ଷଭୁକ୍ତ କରିବା ସହ ପ୍ରଶାସନକୁ ଜବାବ ତଲବ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?