ଖଲିସ୍ତାନୀ ଆତଙ୍କବାଦୀ ନିଜ୍ଜର ହତ୍ୟା ଘଟଣାର ଚାଲିଛି ଅନୁସନ୍ଧାନ: କାନାଡା ପୋଲିସ

ଓଟ୍ଟାଓ୍ବା,୨୯।୯: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ଘଟଣାର ତଦନ୍ତ ସମ୍ପର୍କରେ କାନାଡା ପୋଲିସ ଏକ ବିବୃତ୍ତି ଦେଇଛି। ରୟାଲ କାନାଡିୟ ମାଉଣ୍ଟେଡ ପୋଲିସ (ଆରସିଏମପି) କହିଛି ଯେ, ଆତଙ୍କବାଦୀ ନିଜ୍ଜର ହତ୍ୟା ଘଟଣାର ସକ୍ରିୟ ତଦନ୍ତ କରାଯାଉଛି। ନିଷିଦ୍ଧ ଖଲିସ୍ତାନ ଟାଇଗର ଫୋର୍ସ (କେଟିଏଫ)ର ୪୫ ବର୍ଷୀୟ ନିଜ୍ଜରଙ୍କୁ ଚଳିତ ବର୍ଷ ଜୁନ ୧୮ରେ କାନାଡାର ବ୍ରିଟିଶ କଲମ୍ବିଆ ପ୍ରଦେଶର ସରେ ହତ୍ୟା କରାଯାଇଥିଲା। ଭାରତ ସରକାର ୨୦୨୦ରେ ନିଜ୍ଜରଙ୍କୁ ଆତଙ୍କବାଦୀ ଘୋଷଣା କରିଥିଲେ।
ନିଜ୍ଜରଙ୍କ ହତ୍ୟାକୁ କାନାଡା ପୋଲିସର ଇଣ୍ଟିଗ୍ରେଟେଡ ହୋମସାଇଡ ଇନଭେଷ୍ଟିଗେସନ ଟିମ (ଆଇଏଚଆଇଟି) ଦ୍ୱାରା ଯାଞ୍ଚ୍‌ କରାଯାଉଛି। ଆଇଏଚଆଇଟି ମୁଖପାତ୍ର ଟିମୋଥି ପିଆରୋଟି କହିଛନ୍ତି ଯେ, ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ସମ୍ପର୍କରେ ଗଣମାଧ୍ୟମର ରିପୋର୍ଟ ବିଷୟରେ ଆମେ ଅବଗତ। ଯେହେତୁ ଏହି ଘଟଣାର ଅନୁସନ୍ଧାନ ଚାଲିଛି, ଆଇଏଚଆଇଟି ଦ୍ୱାରା ସଂଗୃହିତ ପ୍ରମାଣ ଉପରେ ମୁଁ ମନ୍ତବ୍ୟ ଦେଇ ପାରିବି ନାହିଁ। ପ୍ରମାଣ ଆଧାରରେ ପୋଲିସ ଉକ୍ତ ଅଞ୍ଚଳର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିଛି ଏବଂ ଏହି ମାମଲା ସହ ଜଡିତ ସମସ୍ତ ଭିଡିଓ ଫୁଟେଜ ସଂଗ୍ରହ କରାଯାଉଛି।
ନିକଟରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଖାଲିସ୍ତାନୀ ଆତଙ୍କବାଦୀ ନିଜ୍ଜରଙ୍କ ହତ୍ୟାରେ ଭାରତର ସମ୍ପୃକ୍ତ ଥିବା ଅଭିଯୋଗ ଆଣିଥିଲେ, ଯାହା ପରେ ଏହି ପ୍ରସଙ୍ଗଟି ମୁଖ୍ୟ ପ୍ରସଙ୍ଗରେ ଆସିଛି। ଟ୍ରୁଡୋଙ୍କ ବିବୃତ୍ତି ପରେ ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭିତ୍ତିହୀନ ତଥା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ଭାରତ ପ୍ରତ୍ୟାଖ୍ୟାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri