ଖଲିସ୍ତାନୀ ଆତଙ୍କବାଦୀ ନିଜ୍ଜର ହତ୍ୟା ଘଟଣାର ଚାଲିଛି ଅନୁସନ୍ଧାନ: କାନାଡା ପୋଲିସ

ଓଟ୍ଟାଓ୍ବା,୨୯।୯: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ଘଟଣାର ତଦନ୍ତ ସମ୍ପର୍କରେ କାନାଡା ପୋଲିସ ଏକ ବିବୃତ୍ତି ଦେଇଛି। ରୟାଲ କାନାଡିୟ ମାଉଣ୍ଟେଡ ପୋଲିସ (ଆରସିଏମପି) କହିଛି ଯେ, ଆତଙ୍କବାଦୀ ନିଜ୍ଜର ହତ୍ୟା ଘଟଣାର ସକ୍ରିୟ ତଦନ୍ତ କରାଯାଉଛି। ନିଷିଦ୍ଧ ଖଲିସ୍ତାନ ଟାଇଗର ଫୋର୍ସ (କେଟିଏଫ)ର ୪୫ ବର୍ଷୀୟ ନିଜ୍ଜରଙ୍କୁ ଚଳିତ ବର୍ଷ ଜୁନ ୧୮ରେ କାନାଡାର ବ୍ରିଟିଶ କଲମ୍ବିଆ ପ୍ରଦେଶର ସରେ ହତ୍ୟା କରାଯାଇଥିଲା। ଭାରତ ସରକାର ୨୦୨୦ରେ ନିଜ୍ଜରଙ୍କୁ ଆତଙ୍କବାଦୀ ଘୋଷଣା କରିଥିଲେ।
ନିଜ୍ଜରଙ୍କ ହତ୍ୟାକୁ କାନାଡା ପୋଲିସର ଇଣ୍ଟିଗ୍ରେଟେଡ ହୋମସାଇଡ ଇନଭେଷ୍ଟିଗେସନ ଟିମ (ଆଇଏଚଆଇଟି) ଦ୍ୱାରା ଯାଞ୍ଚ୍‌ କରାଯାଉଛି। ଆଇଏଚଆଇଟି ମୁଖପାତ୍ର ଟିମୋଥି ପିଆରୋଟି କହିଛନ୍ତି ଯେ, ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ସମ୍ପର୍କରେ ଗଣମାଧ୍ୟମର ରିପୋର୍ଟ ବିଷୟରେ ଆମେ ଅବଗତ। ଯେହେତୁ ଏହି ଘଟଣାର ଅନୁସନ୍ଧାନ ଚାଲିଛି, ଆଇଏଚଆଇଟି ଦ୍ୱାରା ସଂଗୃହିତ ପ୍ରମାଣ ଉପରେ ମୁଁ ମନ୍ତବ୍ୟ ଦେଇ ପାରିବି ନାହିଁ। ପ୍ରମାଣ ଆଧାରରେ ପୋଲିସ ଉକ୍ତ ଅଞ୍ଚଳର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିଛି ଏବଂ ଏହି ମାମଲା ସହ ଜଡିତ ସମସ୍ତ ଭିଡିଓ ଫୁଟେଜ ସଂଗ୍ରହ କରାଯାଉଛି।
ନିକଟରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଖାଲିସ୍ତାନୀ ଆତଙ୍କବାଦୀ ନିଜ୍ଜରଙ୍କ ହତ୍ୟାରେ ଭାରତର ସମ୍ପୃକ୍ତ ଥିବା ଅଭିଯୋଗ ଆଣିଥିଲେ, ଯାହା ପରେ ଏହି ପ୍ରସଙ୍ଗଟି ମୁଖ୍ୟ ପ୍ରସଙ୍ଗରେ ଆସିଛି। ଟ୍ରୁଡୋଙ୍କ ବିବୃତ୍ତି ପରେ ଭାରତ ଏବଂ କାନାଡା ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭିତ୍ତିହୀନ ତଥା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ଭାରତ ପ୍ରତ୍ୟାଖ୍ୟାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?