ସରକାରୀ ବାସଭବନରେ ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ପାରଳାଖେମୁଣ୍ଡି,୧୭ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୋମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଉପରୁ ପରଦା ଉଠାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଶୁକ୍ରବାର ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ସାଇଣ୍ଟଫିକ ଟିମ୍‌ ଓ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବାଲେଶ୍ୱରରୁ ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ର, ମାମୁ ଶ୍ରୀତିକାନ୍ତ ପଣ୍ଡା ଓ ଓକିଲ ପାର୍ଥସାରଥି ନାୟକ ଆସି ପାରଳାଖେମୁଣ୍ଡିରେ ପହଞ୍ଚିବା ପରେ ଘଟଣା ଘଟିବା ପରଠାରୁ ବନ୍ଦ ରହିଥିବା କ୍ୱାର୍ଟର୍ସକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଖୋଲାଯାଇଥିଲା। କ୍ୱାର୍ଟର୍ସର ପାରିପାଶର୍‌ବିକ ସ୍ଥିତି ଓ ଭିତର ଦୃଶ୍ୟ ଦେଖିବା ପରେ ସନ୍ଦେହ ଘନୀଭୂତ ହୋଇଛି। ସୌମ୍ୟଙ୍କୁ ଅନ୍ୟତ୍ର ପୋଡ଼ିମାରି କ୍ୱାର୍ଟର୍ସରେ ପକାଇ ଦିଆଯାଇଥିବା ବାପା ଅଭିଯୋଗ କରିଛନ୍ତି।
ସୌମ୍ୟଙ୍କ ବାପା ଓ ଓକିଲ ଘଟଣାସ୍ଥଳରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ, କ୍ୱାର୍ଟର୍ସରେ ସୌମ୍ୟ ପୋଡି ହୋଇଥିବା କୁହାଯାଉଛି। ସୌମ୍ୟଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ିଯାଇଥିବା ବେଳେ ଘର କାନ୍ଥ, ଆସବାବପତ୍ର କିମ୍ବା ପରଦା କୌଣସିଠାରେ କିଭଳି ନିଅଁା ଲାଗିଲାନି କି ସାମାନ୍ୟ କଳାଦାଗ ବି ପଡ଼ିଲାନି ବୋଲି ସେମାନେ ପ୍ରଶ୍ନ ଉଠାଇଛନ୍ତି। ସୌମ୍ୟ ଏବଂ ତାଙ୍କ ସ୍ତ୍ରୀ କ୍ୱାର୍ଟର୍ସରେ ଏକା ରହୁଥିଲେ। ରୋଷେଇ ପାଇଁ ଜଣେ ରୋଷେୟା ରହିଥିଲେ। ସୌମ୍ୟଙ୍କ ଦେହରେ ନିଆଁ ଲାଗିଲା ବେଳେ ତାଙ୍କ ସ୍ତ୍ରୀ କ’ଣ କରୁଥିଲେ। ଅନ୍ୟପକ୍ଷରେ ଗୁରୁତର ସୌମ୍ୟଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡିଠାରୁ ବିଶାଖାପାଟଣାକୁ କାହିଁକି ନିଆଗଲାନାହିଁ। ସୌମ୍ୟ ଏଠାରେ ଅଶାନ୍ତିରେ ଥିଲେ। ସେଥିପାଇଁ ସେ ପାରଳାଖେମୁଣ୍ଡିରୁ ବଦଳି ହୋଇ ନିଜ ଘର ନିକଟକୁ ଯିବାପାଇଁ ଚାହୁଁଥିଲେ। ଏହା ପଛରେ କାରଣ କ’ଣ ଥିଲା। ଡିଏଫ୍‌ଓଙ୍କୁ ଏ ପର୍ଯ୍ୟନ୍ତ କ’ଣ ପାଇଁ ତଦନ୍ତ ପରିସରଭୁକ୍ତ କରାଯାଇନି ବୋଲି ବାପା ପ୍ରଶ୍ନ କରିଛନ୍ତି। ଅନ୍ୟପଟେ ସାଇଣ୍ଟିଫିକ ଓ ପୋଲିସର ସ୍ବତନ୍ତ୍ର ଟିମ୍‌ ତଦନ୍ତ ବେଳେ ପାଇଥିବା ସୁରାକକୁ ନେଇ ତଦନ୍ତ ପ୍ରକ୍ରିୟା ଆଗକୁ ବଢିବ । କୋଠରିରୁ ସୌମ୍ୟଙ୍କ କିଛି ହାତଲେଖା ଚିଠି ଓ ଏକ ଲାପଟପ ମିଳିଛି। ସବୁ ଦିଗକୁ ନେଇ ଯାଞ୍ଚ କରାଯିବ। ଡିଏଫଓଙ୍କୁ ଜେରା ପରେ ଘଟଣାରେ ଅନ୍ୟ କାହାର ସମ୍ପୃକ୍ତି ଅଛି କି ନାହିଁ ତାହା ଜଣାପଡ଼ିବ। ଏକ ସ୍ବତନ୍ତ୍ର ଟିମ ମୟୂରଭଞ୍ଜ ଜିଲାକୁ ଯାଇ ସୌମ୍ୟଙ୍କ ସ୍ତ୍ରୀଙ୍କୁ ଜେରା କରିବ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ସୌମ୍ୟ ଗତ ୧୨ ତାରିଖ ରାତିରେ ପୋଡ଼ି ହୋଇ ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ଓ ପରେ ବ୍ରହ୍ମପୁର ଏବଂ ସେଠାରୁ ଅଧିକ ଚିକିତ୍ସା ପାଇଁ କଟକ ନିଆଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଗତ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri