Posted inଜାତୀୟ

ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧ା୧: ଯୌନ ଉତ୍ପୀଡ଼ନ ଓ ହତ୍ୟା ଧମକ ଅଭିଯୋଗ ଭାଜପା ଏମ୍‌ପି ତଥା ରେସଲିଂ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଅଧ୍ୟକ୍ଷ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆଗତ ଅଭିଯୋଗଗୁଡ଼ିକର ତଦନ୍ତ ପାଇଁ ଶୁକ୍ରବାର ଏକ କମିଟି ଗଠନ କରାଯାଇଛି। ଭାରତୀୟ ଅଲିମ୍ପିକ୍‌ ସଂଘ (ଆଇଏଲ୍‌ଓ) ପକ୍ଷରୁ ଗଠିତ ଏହି ୭ ଜଣିଆ କମିଟିରେ ମେରି କମ୍‌, ଡୋଲା ବାନାର୍ଜୀ, ଅଳକାନନ୍ଦା ଅଶୋକ, ଯୋଗେଶ୍ୱର ଦତ୍ତ, ସହଦେବ ଯାଦବ ଏବଂ ଦୁଇଜଣ ଓକିଲଙ୍କୁ ରଖାଯାଇଛି। ଏହି କମିଟି ୪ ସପ୍ତାହ ମଧ୍ୟରେ ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଆସିଥିବା ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ। କ୍ରୀଡ଼ାମନ୍ତ୍ରୀଙ୍କ ସହ ଦୀର୍ଘ ସମୟ ଧରି ଚାଲିଥିବା ଆଲୋଚନା ବେଳେ ଖେଳାଳିମାନେ ବ୍ରିଜ୍‌ ଭୂଷଣଙ୍କୁ ବହିଷ୍କାର କରିବା ନେଇ ନିଜ ଦାବି ଦୋହରାଇଥିଲେ। ଏହି ପ୍ରସଙ୍ଗର ତୁରନ୍ତ ସମାଧାନ ହୋଇଯିବ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ସେମାନଙ୍କୁ ଆଶ୍ୱାସନା ଦେଇଥିଲେ। ଏପରିକି ତଦନ୍ତ ଶେଷ ହେବା ଯାଏ ବ୍ରିଜ୍‌ ଭୂଷଣ ଡବ୍ଲ୍ୟୁଏଫ୍‌ଆଇ ଅଧ୍ୟକ୍ଷ ପଦରେ ରହିବେ ନାହିଁ ବୋଲି ଅନୁରାଗ ବିଳମ୍ବିତ ରାତିରେ ସୂଚନା ଦେବା ପରେ ଖେଳାଳିମାନେ ବିକ୍ଷୋଭରୁ ଓହରି ଯାଇଥିଲେ। ତେବେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇପାରି ନ ଥିବାରୁ ଶନିବାର ସକାଳେ କ୍ରୀଡ଼ାମନ୍ତ୍ରୀଙ୍କ ସରକାରୀ ବାସଭବନରେ ପୁନର୍ବାର ବୈଠକ ବସିବ।
ପ୍ରକାଶ ଯେ କୁସ୍ତି ଯୋଦ୍ଧାମାନେ ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣି ନୂଆଦିଲ୍ଲୀର ଯନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସେମାନେ ବ୍ରିଜ୍‌ ଭୂଷଣଙ୍କ ଇସ୍ତଫା ଦାବିରେ ଅଡ଼ିବସିଥିବାବେଳେ ସେ ଡବ୍ଲ୍ୟୁଏଫ୍‌ଆଇ ଅଧ୍ୟକ୍ଷ ପଦ ଛାଡ଼ିବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ। ଏଥିସହ ସେ ମୁହଁ ଖୋଲିଲେ ସୁନାମି ଆସିବ ବୋଲି ଓଲଟା ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri