Posted inଜାତୀୟ

ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧ା୧: ଯୌନ ଉତ୍ପୀଡ଼ନ ଓ ହତ୍ୟା ଧମକ ଅଭିଯୋଗ ଭାଜପା ଏମ୍‌ପି ତଥା ରେସଲିଂ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଅଧ୍ୟକ୍ଷ ବ୍ରିଜ୍‌ ଭୂଷଣ ଶରଣ ସିଂଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆଗତ ଅଭିଯୋଗଗୁଡ଼ିକର ତଦନ୍ତ ପାଇଁ ଶୁକ୍ରବାର ଏକ କମିଟି ଗଠନ କରାଯାଇଛି। ଭାରତୀୟ ଅଲିମ୍ପିକ୍‌ ସଂଘ (ଆଇଏଲ୍‌ଓ) ପକ୍ଷରୁ ଗଠିତ ଏହି ୭ ଜଣିଆ କମିଟିରେ ମେରି କମ୍‌, ଡୋଲା ବାନାର୍ଜୀ, ଅଳକାନନ୍ଦା ଅଶୋକ, ଯୋଗେଶ୍ୱର ଦତ୍ତ, ସହଦେବ ଯାଦବ ଏବଂ ଦୁଇଜଣ ଓକିଲଙ୍କୁ ରଖାଯାଇଛି। ଏହି କମିଟି ୪ ସପ୍ତାହ ମଧ୍ୟରେ ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଆସିଥିବା ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ। କ୍ରୀଡ଼ାମନ୍ତ୍ରୀଙ୍କ ସହ ଦୀର୍ଘ ସମୟ ଧରି ଚାଲିଥିବା ଆଲୋଚନା ବେଳେ ଖେଳାଳିମାନେ ବ୍ରିଜ୍‌ ଭୂଷଣଙ୍କୁ ବହିଷ୍କାର କରିବା ନେଇ ନିଜ ଦାବି ଦୋହରାଇଥିଲେ। ଏହି ପ୍ରସଙ୍ଗର ତୁରନ୍ତ ସମାଧାନ ହୋଇଯିବ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ସେମାନଙ୍କୁ ଆଶ୍ୱାସନା ଦେଇଥିଲେ। ଏପରିକି ତଦନ୍ତ ଶେଷ ହେବା ଯାଏ ବ୍ରିଜ୍‌ ଭୂଷଣ ଡବ୍ଲ୍ୟୁଏଫ୍‌ଆଇ ଅଧ୍ୟକ୍ଷ ପଦରେ ରହିବେ ନାହିଁ ବୋଲି ଅନୁରାଗ ବିଳମ୍ବିତ ରାତିରେ ସୂଚନା ଦେବା ପରେ ଖେଳାଳିମାନେ ବିକ୍ଷୋଭରୁ ଓହରି ଯାଇଥିଲେ। ତେବେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇପାରି ନ ଥିବାରୁ ଶନିବାର ସକାଳେ କ୍ରୀଡ଼ାମନ୍ତ୍ରୀଙ୍କ ସରକାରୀ ବାସଭବନରେ ପୁନର୍ବାର ବୈଠକ ବସିବ।
ପ୍ରକାଶ ଯେ କୁସ୍ତି ଯୋଦ୍ଧାମାନେ ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣି ନୂଆଦିଲ୍ଲୀର ଯନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସେମାନେ ବ୍ରିଜ୍‌ ଭୂଷଣଙ୍କ ଇସ୍ତଫା ଦାବିରେ ଅଡ଼ିବସିଥିବାବେଳେ ସେ ଡବ୍ଲ୍ୟୁଏଫ୍‌ଆଇ ଅଧ୍ୟକ୍ଷ ପଦ ଛାଡ଼ିବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ। ଏଥିସହ ସେ ମୁହଁ ଖୋଲିଲେ ସୁନାମି ଆସିବ ବୋଲି ଓଲଟା ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?