କୋଣ୍ଡାଦୋରାଙ୍କୁ ତଫସିଲଭୁକ୍ତ ଜନଜାତିରେ ସାମିଲ ପାଇଁ ତଦନ୍ତ ପ୍ରକିୟା ଆରମ୍ଭ

ଚିତ୍ରକୋଣ୍ଡା,୧୯।୧(ଡି.ଏନ୍‌.ଏ.): ଦୀର୍ଘ ଦଶନ୍ଧି ଧରି ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ନାଗଲୁରୁ, ପାପୁଲୁର ଏବଂ କୁରୁମାନୁର ପଞ୍ଚାୟତର ୧ ହଜାରରୁ ଊର୍ଦ୍ଧ୍ୱ କୋଣ୍ଡାଦୋରା ସମ୍ପ୍ରଦାୟ ତଫସିଲଭୁକ୍ତ ଜନଜାତିର ମାନ୍ୟତା ନେଇ ଦାବି କରିଆସୁଥିଲେ। ହେଲେ ତାଙ୍କୁ ନିରାଶ ହେବାକୁ ପଡୁଥିଲା। ବର୍ତ୍ତମାନ କୋଣ୍ଡାଦୋରା ଜନସାଧାରଣଙ୍କ ପାଇଁ ଏକ ଖୁସିର ଖବର ଆସିଛି। ଗରୁବାର କୋଣ୍ଡାଦୋରମାନଙ୍କୁ ତଫସିଲଭୁକ୍ତ ଜନଜାତିରେ ସାମିଲ କରିବା ପାଇଁ ତଦନ୍ତ ପ୍ରକିୟା ଆରମ୍ଭ ହୋଇଛି।

ଜାତୀୟ ଜନଜାତି ଆୟୋଗ ସଦସ୍ୟ ଅନନ୍ତ ନାୟକଙ୍କ ସହ ଡେପୁଟି ଡାଇରେକ୍ଟର ଆରଖକେଦୁବୋ, ସଦସ୍ୟ ପିକେ ପଲାଇ ପାପୁଲୁର ଏବଂ ନାଗଲୁର ଗ୍ରାମକୁ ଆସି କୋଣ୍ଡାଦୋରା ଲୋକଙ୍କ ଚାଲିଚଳଣି ଅନୁଧ୍ୟାନ କରିବା ସହ ଆଲୋଚନା କରିଥିଲେ। ଅନ୍ୟପକ୍ଷେ କୋଣ୍ଡଦୋରାମାନଙ୍କୁ ତଫସିଲଭୁକ୍ତ ଜନଜାତିରେ ସାମିଲ କରିବା ପାଇଁ ବର୍ତ୍ତମାନ ଏକ ପ୍ରକାରର ପ୍ରସ୍ତୁତି ଆରମ୍ଭ କରାଯାଇଥିବା ସୂଚନା ମିଳିଛି। ତଦନ୍ତ ପରେ ଅଧିକାରୀ ମାଲକାନଗିରି ଫେରି ଆସିଛନ୍ତି। ତାଙ୍କ ସହ ନବରଙ୍ଗପୁର ସଂସଦୀୟ କ୍ଷେତ୍ରର ପୂର୍ବତନ ଏମ୍‌ପି ବଳଭଦ୍ର ମାଝୀ ମଧ୍ୟ ତଦନ୍ତ ପ୍ରକ୍ରିୟାରେ ସକ୍ରିୟ ଅଂଶ ଗ୍ରହଣ କରି ସହାୟତା କରିଥିଲେ। ପ୍ରଶାସନ ପକ୍ଷରୁ ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରାଙ୍କ ସମେତ ଚିତ୍ରକୋଣ୍ଡା ବିଡ଼ିଓ ରଘୁନାଥ ମୁଣ୍ଡାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri