ପ୍ରିଣ୍ଟିଂ କାର୍ଯ୍ୟରେ ଠିକା ସଂସ୍ଥାକୁ ଅନୁକମ୍ପା ଅଭିଯୋଗ ଘଟଣା: ପହଞ୍ଚିଲାନି ତଦନ୍ତ ରିପୋର୍ଟ

ଅନୁଗୋଳ ଅଫିସ,୨୩ା୧୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କେତେଜଣ ଅଧିକାରୀ ଟିକେଟ୍‌, ଫର୍ମ, ବ୍ୟାନର ଆଦି ପ୍ରିଣ୍ଟିଂ କାର୍ଯ୍ୟ ପ୍ରଦାନରେ ଏକ ଠିକା ସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଉଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗତ ୧୩ ତାରିଖରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ତୁରନ୍ତ ତଦନ୍ତ କରି ରିପୋର୍ଟ ଦେବାକୁ ଜିଲାପାଳଙ୍କ ପକ୍ଷରୁ ଜିଲା ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। ହେଲେ ୯ ଦିନ ବିତିଯାଇଥିଲେ ମଧ୍ୟ ଏଯାଏ ତଦନ୍ତ ରିପୋର୍ଟ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ନ ଥିବା ସୂଚନା ମିଳିଛି।
ପ୍ରକାଶ ଯେ, ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବହାର ହେଉଥିବା ଟିକେଟ୍‌, ଫର୍ମ, ବ୍ୟାନର, ହୋର୍ଡିଂ, ଫ୍ଲେକ୍ସ ଆଦି ପ୍ରିଣ୍ଟିଂ କାର୍ଯ୍ୟ ନିମନ୍ତେ ୨୦୨୦ ସେପ୍ଟେମ୍ବରରେ ଶେଷ ଥର ପାଇଁ ଟେଣ୍ଡର ହୋଇଥିଲା। ଏହାର ବୈଧତା ୨୦୨୧ ଯାଏ ଥିଲା। କିନ୍ତୁ କରୋନା ସମୟ ଥିବାରୁ ଜିଲା ପ୍ରଶାସନଠାରୁ ଅନୁମତି ନିଆଯାଇ ଉକ୍ତ ଅବଧିକୁ ୪ରୁ ୬ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ହେଲେ ଉକ୍ତ ସମୟ ଶେଷ ହୋଇଯାଇଥିଲେ ମଧ୍ୟ ନୂତନ ଟେଣ୍ଡର କରାଯାଇ ନାହିଁ। ତଥାପି ଏକ ନିର୍ଦ୍ଦିଷ୍ଟ ଠିକା ସଂସ୍ଥାକୁ ପ୍ରିଣ୍ଟିଂ କାର୍ଯ୍ୟ ଦିଆଯାଉଥିବା ସମ୍ପର୍କରେ ଅଭିଯୋଗ ହୋଇଥିଲା। ଏ ନେଇ ଖବର ପ୍ରକାଶ ପରେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା। ଏଥିସହ ନୂତନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ କରାଯାଇଥିଲା। କିନ୍ତୁ ଉକ୍ତ ଟେଣ୍ଡର ଯେପରି ଉକ୍ତ ଠିକାସଂସ୍ଥାକୁ ସୁହାଇବ, ସେହିଭଳି କାର୍ଯ୍ୟ ପୁଣି ଆରମ୍ଭ କରାଯାଇଥିବା ନେଇ ଆଲୋଚନା ଜୋର୍‌ ଧରିଥିଲା। ଏପରିକି ଉକ୍ତ ଠିକା ସଂସ୍ଥା କର୍ତ୍ତୃପକ୍ଷକୁ ଫୋନ୍‌ ମାଧ୍ୟମରେ କେତେଜଣ ଅଧିକାରୀ ଡକାଇ ଟେଣ୍ଡର ପ୍ରଦାନ ନେଇ ପ୍ରତିଶ୍ରୁତି ଦେଇଥିବା ଚର୍ଚ୍ଚା ହୋଇଥିଲା। ତେବେ ଘଟଣା ସମ୍ପର୍କରେ ଠିକା ସଂସ୍ଥା କର୍ତ୍ତୃପକ୍ଷ କହିଛନ୍ତି, ବ୍ୟାନର କାର୍ଯ୍ୟ ଅନ୍ୟ ଜଣେ ଠିକାଦାର ପାଇଥିଲେ। କିନ୍ତୁ ସେ କାର୍ଯ୍ୟ ନ କରିବାରୁ ମେଡିକାଲ କର୍ତ୍ତୃପକ୍ଷ ତାହାକୁ ତାଙ୍କ ସଂସ୍ଥାକୁ ପ୍ରଦାନ କରିଥିଲେ। ଏ ନେଇ ସିଡିଏମ୍‌ଓ ଡାକ୍ତର ତ୍ରିଲୋଚନ ପ୍ରଧାନ କହିଛନ୍ତି, ଏଡିଏମ୍‌ଓ (ମେଡିକାଲ)ଙ୍କୁ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri