ଗର୍ଭବତୀ କିରାଣିଙ୍କୁ ନିର୍ଯାତନା ଦେଇ କାର୍ଯ୍ୟରୁ ବିଦାହେଲେ ସିଡିପିଓ

କେନ୍ଦ୍ରାପଡ଼ା,୩୦।୧୦: କେନ୍ଦ୍ରାପଡ଼ା ଜିଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଛି। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମଙ୍ଗଳବାର ଜଣେ ମହିଳା କିରାଣୀ ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଥିବା ବେଳେ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ଉପମୁଖ୍ୟମନ୍ତ୍ରୀ । ଏ ନେଇ ମଙ୍ଗଳବାର ତାଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଛି। ଏହି ଘଟଣାର ନିରପେକ୍ଷ ତଦନ୍ତ ନିମନ୍ତେ ସିଡିପିଓ ସ୍ନେହଲତା ସାହୁଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଥିବା ସେ କହିଛନ୍ତି ।ତେବେ ବର୍ତ୍ତମାନ ସିଡିପିଓଙ୍କ ନାଁରେ ଏବେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗ ମଧ୍ୟ ଆସିଛି।

ମହିଳା ଓ ଶିଶୁ ସମନ୍ବିତ ବିଭାଗର ଜଣେ ଗର୍ଭବତୀ କିରାଣିଙ୍କୁ ସିଡିପିଓ ନିର୍ଯାତନା ଦେବାରୁ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ ହେବା ଅଭିଯୋଗ ଘଟଣା ଏବେ କେବଳ କେନ୍ଦ୍ରାପଡ଼ା ଜିଲା ନୁହେଁ, ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଅଭିଯୋଗ ପରେ ଏହି ଘଟଣାର ତଦନ୍ତ ଜିଲାପାଳ ଆରମ୍ଭ କରିଛନ୍ତି। ସିଡିପିଓ କିଭଳି ତାଙ୍କୁ ନିର୍ଯାତନା ଦେଲେ ଯାହା ଫଳରେ ତାଙ୍କର ୭ ମାସର ଗର୍ଭସ୍ଥ ଶିଶୁର ମୃତ୍ୟୁ ଘଟିଲା, ତାହାର କରୁଣ କାହାଣୀ ପୀଡ଼ିତା ତଥା କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ର ବର୍ଣ୍ଣନା କରିଛନ୍ତି।
ପୀଡ଼ିତା ତାଙ୍କ ବୟାନରେ ୨୦୨୧ ମସିହାରୁ ଏହି ବିଭାଗରେ ଜଣେ କନିଷ୍ଠ କିରାଣି ଭାବେ ନିଯୁକ୍ତି ପାଇଥିଲେ। ଚାକିରି କରିବା ଦିନଠୁଁ ସିଡିପିଓ ସ୍ନେହଲତା ସାହୁ ସବୁ ସମୟରେ ତାଙ୍କୁ ବିଭିନ୍ନ ପ୍ରକାର ଚାପ ପକାଉଥିଲେ। ତେବେ ୩ ମାସ ହେବ ସିଡିପିଓ ସାହୁ ତାଙ୍କୁ ବିଭିନ୍ନ ସମୟରେ ବେଆଇନ କାମ କରିବାକୁ ବାଧ୍ୟକରିବା ସହ ତାଙ୍କ କୋଠରିରେ ଏକ ପ୍ରକାର ନଜରବନ୍ଦୀ ଭାବେ ରହିବାକୁ ବାଧ୍ୟ କରୁଥିଲେ ବୋଲି ପୀଡ଼ିତା କହିଛନ୍ତି। ଯେତେବେଳେ ଦେହ ଅସୁସ୍ଥ ହୁଏ ସିଡିପିଓଙ୍କୁ କହିଲେ ମଧ୍ୟ ଏ ଜାଗାରୁ କେଉଁ ଆଡ଼କୁ ଯାଇପାରିବୁ ନାହିଁ ବୋଲି କୁହନ୍ତି। ତୋତେ ଯାହା କାର୍ଯ୍ୟ ଦିଆଯାଇଛି ସେ କାର୍ଯ୍ୟ କେବଳ ଗୋଟିଏ ଜାଗାରେ ବସି କରିବୁ ବୋଲି ଧମକ ଦେଉଥିଲେ। ତେବେ ଗତ ୨୫ ତାରିଖରେ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ବେଳେ ମୋର ପେଟର ଯନ୍ତ୍ରଣା ବୃଦ୍ଧି ପାଇଥିଲା। ଏ ବିଷୟରେ ସିଡିପିଓଙ୍କୁ ବାରମ୍ବାର କହିଥିଲେ ମଧ୍ୟ ସେ ମୋ କଥାକୁ ଶୁଣି ନ ଥିଲେ। ପରିସ୍ଥିତି ଏପରି ହୋଇଥିଲା କେବଳ ମୋ ଚେୟାରରେ ବସି ଛଟପଟ ହେଉଥିବା ବେଳେ ସିଡିପିଓ ତାଙ୍କ ରୁମ୍‌ରେ ବସି ରହିଥିଲେ। ତେବେ କାର୍ଯ୍ୟାଳୟ କର୍ମଚାରୀଙ୍କଠାରୁ ଖବର ପାଇ ବାପା ଓ ଜଣେ ସମ୍ପର୍କୀୟ ଘଟଣାସ୍ଥଳକୁ ଆସିଥିଲେ। ବାପା ସିଡିପିଓଙ୍କୁ ଯେତେ ଅନୁରୋଧ କରିଥିଲେ ମଧ୍ୟ ସେ ବାପାଙ୍କୁ ଦୁର୍ବ୍ୟବହାର କରିଥିଲେ। ପରେ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେବା ପରେ ମୋର ଗର୍ଭସ୍ଥ ଶିଶୁ ମୃତ ବୋଲି ଡାକ୍ତର କହିଥିଲେ। ମୋ ପିଲାର ମୃତ୍ୟୁ ପାଇଁ ସିଡିପିଓ ସମ୍ପୂର୍ଣ୍ଣ ଦାୟୀ ବୋଲି ବର୍ଷା କହିଛନ୍ତି। ଏ ସମ୍ପର୍କରେ ପରିବାର ପକ୍ଷରୁ ହୋଇଥିବା ଅଭିଯୋଗ ଅନୁଯାୟୀ ଜିଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ପୀଡ଼ିତାଙ୍କ ବାପା ରବୀନ୍ଦ୍ର ନାୟକଙ୍କଠାରୁ ସେଦିନର ଘଟଣା ସମ୍ପର୍କରେ ଜିଲାପାଳ ସମସ୍ତ ତଥ୍ୟ ସଂଗ୍ରହ କରିଛନ୍ତି। ଏହି ସ୍ପର୍ଶକାତର ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ପରିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ନିକଟରେ ଅଭିଯୋଗ କରିଥିବା ବାପା ରବୀନ୍ଦ୍ର କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?