ସମ୍ପାଦକଙ୍କୁ ବହିଷ୍କାର ଦାବି ଘଟଣା, ବିପୁଳିଙ୍ଗି ସେବା ସମବାୟ ସମିତିରେ ତଦନ୍ତ

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ) : ଛତ୍ରପୁର ବ୍ଲକ ବିପୁଳିଙ୍ଗି ସେବା ସମବାୟ ସମିତିରେ ଚଳିତବର୍ଷ ଧାନକିଣାରେ ବ୍ୟାପକ ଦୁର୍ନୀତି ହୋଇଛି । ସମବାୟ ସମିତି ସମ୍ପାଦକ ନିଜ ପରିବାର ନାମରେ ଟୋକନ ଆଣି ନିଜ ଧାନ ବିକ୍ରି କରିବା ସହିତ ଚାଷୀଙ୍କ ଧାନ କିଣି ନ ଥିବା ନେଇ ଅଭିଯୋଗ ହୋଇ ଆସୁଥିଲା । ଏପରିକି ଏହାକୁ ନେଇ ଚାଷୀମାନେ ସୋସାଇଟିରେ ତାଲା ପକାଇଥିଲେ। ପରେ ଘଟଣା ନେଇ ତଦନ୍ତ ପାଇଁ ଦାବି ଜୋର ଧରିଥିଲା । ପୂର୍ବରୁ ୨ ଥର ଏହାର ତଦନ୍ତ ହୋଇଥିବା ବେଳେ ବୁଧବାର ପୁଣି ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ନୃସିଂହ ଚରଣ ପଣ୍ଡା, ଏଆର୍‌ସିଏସ୍‌ ଯୋଗମାୟା ସାବତ ବିପୁଳିଙ୍ଗିିରେ ପହଞ୍ଚି ତଦନ୍ତ କରିଛନ୍ତି। ସୋସାଇଟିରେ କେତେଜଣ ଚାଷୀଙ୍କ ଟୋକନ ଆସିଥିଲା, କେତେଜଣଙ୍କ ଧାନକ୍ରୟ କରାଯାଇଛି, କେତେ ଚାଷୀ ବାହାରେ ଧାନ ବିକ୍ରି କରିଛନ୍ତି ତାହାର ତଦନ୍ତ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିପୁଳିଙ୍ଗି ସୋସାଇଟିରେ ପୋଲିସ ମୁତୟନ କରାଯାଇଛି l ସୋସାଇଟିରେ ଗଠନ କରାଯାଇଥିବା କମିଟି ବିଷୟରେ ଚାଷୀ ଅବଗତ ନଥିବାରୁ ଉକ୍ତ କମିଟି ଭାଙ୍ଗିବା ପାଇଁ ଚାଷୀମାନେ ଦାବି କରିଛନ୍ତି । ତଦନ୍ତ ରିପୋର୍ଟ ଛତ୍ରପୁର ଉପଜିଲାପାଳଙ୍କୁ ପ୍ରଦାନ କରାଯିବ। ଯଦି ଏଥିରେ କେହି ସମ୍ପୃକ୍ତ ଥାନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏଆରସିଏସ ସାବତ କହିଛନ୍ତି। ଅନ୍ୟପଟେ ତଦନ୍ତରେ ଅଞ୍ଚଳର ଚାଷୀ ମାନେ ସନ୍ତୁଷ୍ଟ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?