ପରୀ ହତ୍ୟାକାଣ୍ଡର ତଦନ୍ତ ତ୍ୱରାନ୍ବିତ

ନୟାଗଡ ଅଫିସ,୩୦।୧୨: କିଛି ଦିନର ନୀରବତା ପରେ ଏସ୍‌ଆଇଟି ପୁଣି ତଦନ୍ତକୁ ତ୍ୱରାନ୍ବିତ କରିଛି। ଏସ୍‌ଆଇଟି ଯଦୁପୁର ଗଁାକୁ ନ ଯାଇ ନୟାଗଡରେ ଯଦୁପୁରର କିଛି ଲୋକଙ୍କୁ ଡକାଇ ଜେରା କରୁଛି। ଏଭଳି ସ୍ଥଳେ ଜେରା କରାଯାଉଥିବା ଲୋକମାନେ ଗଣମାଧ୍ୟମ ସମ୍ମୁଖରେ ମୁହଁ ଖୋଲୁ ନାହାନ୍ତି। ପଚାରିଲେ ଉତ୍ତର ମିଳୁଛି କେବଳ ଡାକିଥିଲେ କିନ୍ତୁ ପଚାରିଲେ ନାହିଁ, ବସି ବସି ଫେରିବାକୁ ପଡିଲା। କିନ୍ତୁ ଜଣେ ବ୍ୟକ୍ତି ନିଜ ନାମ ଗୋପନ ରଖି କହିଛନ୍ତି ଜେରା ବେଳେ ଏସ୍‌ଆଇଟିର ସଦସ୍ୟମାନେ ବିଭିନ୍ନ ପ୍ରକାର ପ୍ରଶ୍ନ ପଚାରି ଅସ୍ତବ୍ୟସ୍ତ କରି ପକାଉଛନ୍ତି। ଅନ୍ୟପକ୍ଷେ ଯଦୁପୁର ଗଁାର ୧୦ଜଣ ଦାଦନ ଯିବାକୁ ପ୍ରସ୍ତୁତି ଚଳାଇଛନ୍ତି। ପରୀ ହତ୍ୟାକାଣ୍ଡର ତଦନ୍ତରେ ସହାୟତା କରିବାକୁ ଯାଇ ଅଧିକାଂଶ ଲୋକଙ୍କ ଘର ଚଳିବା ମୁସ୍କିଲ ହୋଇଗଲାଣି। ଏଣୁ ରୋଜଗାର ଉଦ୍ଦେଶ୍ୟରେ କେରଳ ଯିବାକୁ ପ୍ରସ୍ତୁତି ହେଉଛନ୍ତି। ଏନେଇ ଗଁାର ସଭାପତି ଜୟକୃଷ୍ଣ ପରିଡା କୁହନ୍ତି, ମୁଁ ଓ ମୋ ସହ ୧୦ ଜଣ କେରଳ ଯିବୁ। କେବଳ ଅପେକ୍ଷା ରହିଛି ଜାନୁୟାରୀ ୧୨ ତାରିଖ। ଆମେ ଗଁା ତରଫରୁ ଏସ୍‌ଆଇଟିକୁ ସବୁ ପ୍ରକାରର ସହଯୋଗ କରି ଆସିଛୁ। ଏଣୁ ତଦନ୍ତ ଶୀଘ୍ର ଶେଷ କରି ଦୋଷକୁ ଦଣ୍ଡ ଦେବା ପାଇଁ ଅନୁରୋଧ କରୁଛୁ। ତେବେ ତଦନ୍ତରେ ନିର୍ଦ୍ଦୋଷକୁ ଫସା ନ ଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri