Posted inଜାତୀୟ

ତଦନ୍ତକାରୀ ସଂସ୍ଥା ସରକାର ଚଳାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୧ ଗଣମାଧ୍ୟମ ପ୍ରତିନିଧିମାନେ ନିଜସ୍ବ ଉତ୍ସରୁ ଖବର ସଂଗ୍ରହ କରିଥାନ୍ତି। କୌଣସି ତଦନ୍ତ ପାଇଁ ସାମ୍ବାଦିକଙ୍କ ଡିଜିଟାଲ ଉପକରଣ ଜବତ କରିବା ନିମନ୍ତେ କେନ୍ଦ୍ର ସରକାର ସ୍ବତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଖବରଦାତାଙ୍କ ଉପକରଣ ଜବତ ପାଇଁ ଆଇନ ପ୍ରଣୟନକାରୀ ସଂସ୍ଥାଗୁଡ଼ିକ ପାଇଁ ସବିଶେଷ ଗାଇଡ୍‌ଲାଇନ ରଖିବା ନିମନ୍ତେ ଫାଉଣ୍ଡେଶନ ଫର୍‌ ମିଡିଆ ପ୍ରଫେସନାଲ ପକ୍ଷରୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିବାବେଳେ ଏହାର ଶୁଣାଣି ଅବସରରେ ଜଷ୍ଟିସ ସଞ୍ଜୟ କିଷନ କୌଲ ଏବଂ ସୁଧାଂଶୁ ଧୁଲିଆଙ୍କ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଖବରଦାତାମାନଙ୍କ ଡିଜିଟାଲ ଉପକରଣ ଜବତ କରିବା ଏକ ଗମ୍ଭୀର ବିଷୟ। ସେମାନଙ୍କର ନିଜସ୍ବ ଉତ୍ସ ରହିଛି। ଆମକୁ ଗୋପନୀୟତା ମୌଳିକ ଅଧିକାରକୁ ବଜାୟ ରଖିବାକୁ ହେବ। ଏଥିରେ ସନ୍ତୁଳନ ରହିବା ଜରୁରୀ ବୋଲି ଖଣ୍ଡପୀଠ କହିବା ସହ ପରବର୍ତ୍ତୀ ଶୁଣାଣି ଡିସେମ୍ବର ୬କୁ ଧାର୍ଯ୍ୟ କରିଛନ୍ତି। ଏହି ସମୟ ମଧ୍ୟରେ କେନ୍ଦ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରନ୍ତୁ, ନଚେତ୍‌ ଆମକୁ କରିବାକୁ ଦିଅନ୍ତୁ ବୋଲି ଖଣ୍ଡପୀଠ କହିଛନ୍ତି। ତଦନ୍ତକାରୀ ସଂସ୍ଥା ସରକାର ଚଳାଇପାରିବ ନାହିଁ ବୋଲି ଜଷ୍ଟିସ୍‌ କୌଲ କହିଥିଲେ। କେନ୍ଦ୍ର ପକ୍ଷରୁ ଅତିରିକ୍ତ ସଲିସିଟର ଜେନେରାଲ ଏସ୍‌.ଭି. ରାଜୁ କହିଥିଲେ, ଏହା ଏକ ଜଟିଳ ଆଇନଗତ ପ୍ରସଙ୍ଗ। ଗଣମାଧ୍ୟମର ଅଧିକାର ରହିଛି, କିନ୍ତୁ ଏହା ଆଇନର ଊର୍ଦ୍ଧ୍ୱରେ ନୁହେଁ ବୋଲି ରାଜୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ…

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା…

କ୍ଷମତା ତ ଦୂରର କଥା, ନିଜ ଆସନ ମଧ୍ୟ ବଞ୍ଚାଇ ପାରିଲେନି ଦିଦି, ବିଜୟୀ ହେବା ପରେ ଶୁଭେନ୍ଦୁ ଅଧିକାରୀ କହିଲେ- ମମତାଙ୍କୁ ପରାସ୍ତ କରିବା…

କୋଲକାତା,୪।୫: ଭାରତୀୟ ଜନତା ପାର୍ଟି (ଭାଜପା) ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଏକ ଐତିହାସିକ ବିଜୟ ହାସଲ କରିଛି। ୨୯୪ ସଦସ୍ୟ ବିଶିଷ୍ଟ ବଙ୍ଗଳା ବିଧାନସଭାରୁ ଭାଜପା ୨୦୮ଟି…

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ।…

୫ ପ୍ରତିଶ୍ରୁତି ପୂରଣ କରିବାକୁ ପଶ୍ଚିମବଙ୍ଗ ଲୋକଙ୍କୁ କଥା ଦେଲେ ପ୍ରଧାନମନ୍ତ୍ରୀ: କହିଲେ ପ୍ରଥମ ବୈଠକରେ ହିଁ କରାଯିବ ଲାଗୁ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ୨୯୩ ଆସନରୁ ୨୦୪ ଆସନ ଜିତି ଏକ ବିଶାଳ ବିଜୟ ହାସଲ କରିଛି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଏକ ବିଜୟ…

ମେସିଙ୍କ ଯୋଗୁ ହାରିଗଲେ ମମତା ଦିଦି! ପରାଜୟ ପରେ ଟିଏମସିକୁ ଟ୍ରୋଲିଂ, ଜାଣନ୍ତୁ କାହିଁକି…

କୋଲକାତା,୪।୫: କିଛି ମାସ ପୂର୍ବରୁ, ଫୁଟବଲ ଆଇକନ ଲିଓନେଲ ମେସି ଭାରତ ଗସ୍ତ କରିଥିଲେ। ସାରା ଦେଶରେ ତାଙ୍କର ଗସ୍ତ ସୁରୁଖୁରୁରେ ଚାଲିଥିବାବେଳେ, କୋଲକାତାରେ ବ୍ୟାପକ ଉତ୍ତେଜନା…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟନ୍‌: ସ୍ବାଧୀନତା ପରେ ପ୍ରଥମଥର ପାଇଁ…

ଥିରୁଭାନନ୍ତପୁରମ୍‌,୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଆସିଛି, ଯଦିଓ ବର୍ତ୍ତମାନ ଅନେକ ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଚାଲିଛି। ଧାରା ଅନୁସାରେ, ବାମପନ୍ଥୀମାନେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri