Posted inଜାତୀୟ

ଭାଜପା ପାଇଁ ଚାନ୍ଦା ଆଦାୟ ଲାଗି ତଦନ୍ତକାରୀ ସଂସ୍ଥାର ଅପବ୍ୟବହାର ହେଉଛି: କଂଗ୍ରେସ

ନୂଆଦିଲ୍ଲୀ,୨୩।୨: ଘରୋଇ କମ୍ପାନୀଗୁଡ଼ିକରୁ ଭାଜପା ପାଇଁ ଜୋର୍‌ଜବରଦସ୍ତ ଚାନ୍ଦା ଆଦାୟ ନିମନ୍ତେ ତଦନ୍ତକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର କରାଯାଉଥିବା କଂଗ୍ରେସ ଶୁକ୍ରବାର ଅଭିଯୋଗ କରିଛି। ସରକାରଙ୍କ ଏହି ଜବରଦସ୍ତ ଚାନ୍ଦା ଅସୁଲିର ତଦନ୍ତ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ କରାଯିବାକୁ କଂଗ୍ରେସ ଦାବି କରିଛି। ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ ଗଣମାଧ୍ୟମକୁ ସାକ୍ଷାତକାର ଦେଇ କହିଛନ୍ତି, ୨୦୧୮-୧୯ରୁ ୨୨-୨୩ ଆର୍ଥତ୍କ ବର୍ଷ ମଧ୍ୟରେ ଅନୂ୍ୟନ ୩୦ଟି କମ୍ପାନୀ ଭାଜପାକୁ ପାଖାପାଖି ୩୩୫ କୋଟି ଟଙ୍କା ଚାନ୍ଦା ଦେଇଛନ୍ତି, ଯେଉଁମାନେ କି ଉକ୍ତ ସମୟ ମଧ୍ୟରେ କେନ୍ଦ୍ରୀୟ ଏଜେନ୍ସି ତଦନ୍ତର ସମ୍ମୁଖୀନ ହୋଇଥିଲେ। ଭାଜପାକୁ ମିଳିଥିବା ଚାନ୍ଦାର ତଦନ୍ତ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ କରାଯିବାକୁ ସରକାର ଚାହୁଁ ନାହାନ୍ତି କାହିଁକି ବୋଲି କଂଗ୍ରେସ ସଂଗଠନ ଦାୟିତ୍ୱରେ ଥିବା ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କୁ ପ୍ରଶ୍ନ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ‘ଚାନ୍ଦା ଦିଅ, ଜାମିନ ଓ ବ୍ୟବସାୟ’ ଯୋଜନା ସମ୍ପର୍କରେ ଆପଣମାନେ ଜାଣନ୍ତି କି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋସିଆଲ ମିଡିଆ ଏକ୍ସ’ରେ ପୋଷ୍ଟ କରିଥିଲେ। ପ୍ରଧାନମନ୍ତ୍ରୀ ଇଡି, ଆଇଟି ଏବଂ ସିବିଆଇର ଦୂରୁପଯୋଗ କରି ‘ଅସୁଲି ଭାଇ’ ଭଳି ବ୍ୟବସାୟ ଚଳାଇଥିବା ରାହୁଲ ଅଭିଯୋଗ କରିଥିଲେ। ମୋଦି ସରକାର ସମୟରେ ଭାଜପାକୁ ଦିଆଯାଇଥିବା ବେଆଇନ ଚାନ୍ଦା ଏବଂ ଇଲେକ୍ଟୋରାଲ ବଣ୍ଡ୍‌ ‘ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ୍‌’ ବୋଲି ରାହୁଲ ତାଙ୍କ ପୋଷ୍ଟରେ ଲେଖିଛନ୍ତି। ଭାଜପାକୁ କେଉଁ ସୂତ୍ରରୁ ଚାନ୍ଦା ଆସିଛି ଏବଂ ତଦନ୍ତକାରୀ ସଂସ୍ଥାର ଦୁରୁପଯୋଗ ଯୋଗୁ କିପରି କର୍ପୋରେଟ୍‌ ସଂସ୍ଥାଗୁଡ଼ିକ ଚାନ୍ଦା ଦେବାକୁ ବାଧ୍ୟ ହୋଇଛନ୍ତି, ତାହା ଶ୍ୱେତପତ୍ର ଜରିଆରେ ସରକାର ଜଣାଇବେ କି ବୋଲି ଜୟରାମ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri