‘ଇନ୍‌ଭେଷ୍ଟିଂ ଇନ୍‌ ଇଣ୍ଡିଆ ଡିକେଡ୍‌’

ନୂଆଦିଲ୍ଲୀ,୧୩।୪: ଦେଶର ପ୍ରମୁଖ ଶିଳ୍ପ ସଂଘ ଫିକି ଏବଂ ୟୁଏସ୍‌-ଇଣ୍ଡିଆ ଷ୍ଟ୍ରାଟେଜିକ୍‌ ଫୋରମ ଦ୍ୱାରା ଆୟୋଜିତ ଗୋଲ ଟେବୁଲ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ‘ଇନ୍‌ଭେଷ୍ଟିଂ ଇନ୍‌ ଇଣ୍ଡିଆ ଡିକେଡ୍‌’ ଶୀର୍ଷକ ଆଲୋଚନାଚକ୍ରର ଆୟୋଜନ କରାଯାଇଥିଲା। ଏଥିରେ ଫିକି ସଭାପତି ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା କହିଥିଲେ, ଭାରତୀୟ ବଜାରରେ ଉପସ୍ଥିତି ବିନା କୌଣସି ଶିଳ୍ପ ସଂସ୍ଥାର ଅଭିବୃଦ୍ଧି ସମ୍ଭବ ନୁହେଁ। ସେହିଭଳି ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ, ଭିତ୍ତିଭୂମି ବିକାଶ ଓ ଦେଶରେ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ପାଇଁ ସରକାରଙ୍କ ପକ୍ଷରୁ ନିଆଯାଇଥିବା ସଂସ୍କାର ଏବଂ ଦୀର୍ଘକାଳୀନ ଶିଳ୍ପନୀତି ବିଷୟରେ ପଣ୍ଡା ବିସ୍ତୃତ ଆଲୋକପାତ କରିଥିଲେ। ଅପରପକ୍ଷରେ ଉକ୍ତ ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ଫିକିର ଏକ ପ୍ରତିନିଧି ମଣ୍ଡଳୀଙ୍କ ସହ ପଣ୍ଡା ଓ୍ବାଶିଂଟନ ଡିସି ଗସ୍ତରେ ଅଛନ୍ତି। ଏହି ପରିପ୍ରେକ୍ଷୀରେ ପଣ୍ଡା ଭାରତୀୟ ରିଜର୍ଭ ବ୍ୟାଙ୍କର ଗର୍ଭନର ଶକ୍ତିକାନ୍ତ ଦାସଙ୍କ ସହ ମଧ୍ୟ ଏକ ସୌଜନ୍ୟମୂଳକ ସାକ୍ଷାତ କରି ଦେଶର ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା କରିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର: ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ):ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ଭାରତର…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri