ସରିଲା ନିବେଶ ମହାକୁମ୍ଭ

ଭୁବନେଶ୍ୱର,୫।୧୨(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଆରମ୍ଭ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨ ରବିବାର ଆନୁଷ୍ଠାନିକ ଭାବେ ଶେଷ ହୋଇଛି। ଗତ ୫ ଦିନ ହେବ ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ନିବେଶ ମହାକୁମ୍ଭକୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଏକ ରଙ୍ଗାରଙ୍ଗ ପରିବେଶରେ ଉଦ୍‌ଘାଟନ କରିଥିଲେ। ବିଶେଷକରି କନ୍‌କ୍ଲେଭର ପ୍ରଥମ ଦିନରେ ଏମ୍‌ଆଇଓସିର ଉଦ୍‌ଘାଟନ ସାଙ୍ଗକୁ ବିଶିଷ୍ଟ କଳାକାର ଅରୁଣା ମହାନ୍ତିଙ୍କ ଦ୍ୱାରା ଏକ ଆକର୍ଷଣୀୟ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସେହିଭଳି ୨ୟ, ୩ୟ ଓ ୪ର୍ଥ ଦିନରେ ମୋଟ ୪୦ଟି ସ୍ବତନ୍ତ୍ର ସମ୍ମିଳନୀଭିତ୍ତିକ କାର୍ଯ୍ୟକ୍ରମ ସହ ନିବେଶ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଏପରିକି ରାଜ୍ୟର ବିକାଶ ପାଇଁ ଅନେକ କ୍ଷେତ୍ର ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ମଧ୍ୟ ହୋଇଥିଲା। କନ୍‌କ୍ଲେଭର ଶେଷ ଦିନର ପ୍ରଥମ ପର୍ଯ୍ୟାୟରେ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା ବେଳେ ୨ୟ ପର୍ଯ୍ୟାୟରେ ସାଂସ୍କୃତିକ ସନ୍ଧ୍ୟାର ଆୟୋଜନ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ ଯେ କନ୍‌କ୍ଲେଭ ପରିସରରେ ମୋଟ ୩ୟ ସ୍ବତନ୍ତ୍ର କକ୍ଷରେ ୧୧୪ ଶିଳ୍ପସଂସ୍ଥା ଓ ଅନ୍ୟାନ୍ୟ ସଂସ୍ଥାର ମଣ୍ଡପ (ଷ୍ଟଲ) ରହିଥିବା ବେଳେ ୮ଟି ସ୍ବତନ୍ତ୍ର କକ୍ଷ ଓ ୧୪ଟି ବିଶେଷ ସ୍ଥାନ ଏବଂ ୧୨ଟି ଫୁଡ୍‌ ଷ୍ଟଲ ରହିଥିଲା। ସେହିପରି ରବିବାର ସକାଳେ ପ୍ରାୟ ୫ହଜାରରୁ ଅଧିକ ଲୋକ ପ୍ରଦର୍ଶନୀ ପରିଭ୍ରମଣ କରିଥିବା ବେଳେ ସନ୍ଧ୍ୟା ସମୟରେ ୧୦ରୁ ୧୫ ହଜାର ଲୋକ ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଶିଳ୍ପ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri