ସରିଲା ନିବେଶ ମହାକୁମ୍ଭ

ଭୁବନେଶ୍ୱର,୫।୧୨(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଆରମ୍ଭ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ (ଏମ୍‌ଆଇଓସି)-୨୨ ରବିବାର ଆନୁଷ୍ଠାନିକ ଭାବେ ଶେଷ ହୋଇଛି। ଗତ ୫ ଦିନ ହେବ ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ନିବେଶ ମହାକୁମ୍ଭକୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଏକ ରଙ୍ଗାରଙ୍ଗ ପରିବେଶରେ ଉଦ୍‌ଘାଟନ କରିଥିଲେ। ବିଶେଷକରି କନ୍‌କ୍ଲେଭର ପ୍ରଥମ ଦିନରେ ଏମ୍‌ଆଇଓସିର ଉଦ୍‌ଘାଟନ ସାଙ୍ଗକୁ ବିଶିଷ୍ଟ କଳାକାର ଅରୁଣା ମହାନ୍ତିଙ୍କ ଦ୍ୱାରା ଏକ ଆକର୍ଷଣୀୟ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସେହିଭଳି ୨ୟ, ୩ୟ ଓ ୪ର୍ଥ ଦିନରେ ମୋଟ ୪୦ଟି ସ୍ବତନ୍ତ୍ର ସମ୍ମିଳନୀଭିତ୍ତିକ କାର୍ଯ୍ୟକ୍ରମ ସହ ନିବେଶ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଏପରିକି ରାଜ୍ୟର ବିକାଶ ପାଇଁ ଅନେକ କ୍ଷେତ୍ର ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ମଧ୍ୟ ହୋଇଥିଲା। କନ୍‌କ୍ଲେଭର ଶେଷ ଦିନର ପ୍ରଥମ ପର୍ଯ୍ୟାୟରେ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା ବେଳେ ୨ୟ ପର୍ଯ୍ୟାୟରେ ସାଂସ୍କୃତିକ ସନ୍ଧ୍ୟାର ଆୟୋଜନ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ ଯେ କନ୍‌କ୍ଲେଭ ପରିସରରେ ମୋଟ ୩ୟ ସ୍ବତନ୍ତ୍ର କକ୍ଷରେ ୧୧୪ ଶିଳ୍ପସଂସ୍ଥା ଓ ଅନ୍ୟାନ୍ୟ ସଂସ୍ଥାର ମଣ୍ଡପ (ଷ୍ଟଲ) ରହିଥିବା ବେଳେ ୮ଟି ସ୍ବତନ୍ତ୍ର କକ୍ଷ ଓ ୧୪ଟି ବିଶେଷ ସ୍ଥାନ ଏବଂ ୧୨ଟି ଫୁଡ୍‌ ଷ୍ଟଲ ରହିଥିଲା। ସେହିପରି ରବିବାର ସକାଳେ ପ୍ରାୟ ୫ହଜାରରୁ ଅଧିକ ଲୋକ ପ୍ରଦର୍ଶନୀ ପରିଭ୍ରମଣ କରିଥିବା ବେଳେ ସନ୍ଧ୍ୟା ସମୟରେ ୧୦ରୁ ୧୫ ହଜାର ଲୋକ ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଶିଳ୍ପ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri