୩୦ହଜାର କୋଟିର ନିବେଶ, ୪୮ହଜାର ନିଯୁକ୍ତି ଆଶା, ୧୧ ଚୁକ୍ତି ଚୂଡ଼ାନ୍ତ

ଭୁବନେଶ୍ୱର,୮।୪(ଅନୁରାଧା ମହାରଣା): ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କୁ ଆକୃଷ୍ଟ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ସୋମବାର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ୧୪ କମ୍ପାନୀ ସହ ୩ହଜାର କୋଟିର ନିବେଶ ଓ ୨୧ହଜାର ୩୯୦ ନିଯୁକ୍ତି ସୃଷ୍ଟି ପାଇଁ ଆଲୋଚନା କରିଛନ୍ତି। ଏଥିସହ ଅତିରିକ୍ତ ୨୭,୫୯୫ କୋଟି ଟଙ୍କାର ୧୧ଟି ଚୁକ୍ତି ସ୍ବାକ୍ଷର ପାଇଁ ଚୂଡ଼ାନ୍ତ ହୋଇଥିବାବେଳେ ୨୭ହଜାର ନିଯୁକ୍ତି ପାଇଁ ବାଟ ଫିଟିଛି। ତେଣୁ ମୋଟ ୩୦ ହଜାର ୫୯୫ କୋଟି ଟଙ୍କାର ପୁଞ୍ଜି ନିବେଶ ସହ ୪୮,୩୯୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଏହା ରାଜ୍ୟର ଅର୍ଥନୀତି ଅଭିବୃଦ୍ଧିରେ ସହାୟକ ହେବ ବୋଲି ଆଶା କରାଯାଉଛି।

ମୁଖ୍ୟମନ୍ତ୍ରୀଙ୍କୁ ଟିମ୍‌ ଓଡ଼ିଶା ପକ୍ଷରୁ ତାଜ୍‌ ପ୍ୟାଲେସଠାରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପ୍ରଥମେ ମୁଖ୍ୟମନ୍ତ୍ରୀ ନଏଡାସ୍ଥିତ ଏଚ୍‌ସିଏଲ୍‌ ଟେକ୍‌ କ୍ୟାମ୍ପସ୍‌ ପରିଦର୍ଶନ କରିଥିଲେ। ଓଡ଼ିଶାରେ ଆଇଟି ଶିଳ୍ପ କ୍ଷେତ୍ରରେ ନିବେଶ ଉପରେ ଏଚ୍‌ସିଏଲ୍‌ର ଚେୟାର ପର୍ସନ ରୋଶନୀ ନାଦାର ମାଲ୍‌ହୋତ୍ରାଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟରେ ଏଚ୍‌ସିଏଲ୍‌ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଆମନ୍ତ୍ରଣ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂସ୍କୃତି ଓ ବୈଷୟିକ ଜ୍ଞାନକୌଶଳର ସମ୍ମିଶ୍ରଣରେ ପ୍ରଦର୍ଶିତ କିରନ ନାଦାର ମ୍ୟୁଜିୟମ୍‌ ଅଫ୍‌ ଆର୍ଟକୁ ପରିଦର୍ଶନ କରିଥିଲେ। ପରେ ସେ ତାଜ୍‌ ପ୍ୟାଲେସ୍‌ଠାରେ ଦେଶର ବହୁ ଶିଳ୍ପ ନେତୃତ୍ୱଙ୍କ ସହ ଓ୍ବାନ୍‌ ଅନ୍‌ ଓ୍ବାନ୍‌ ଆଲୋଚନା କରିଥିଲେ। ବିଭିନ୍ନ ଷ୍ଟେକ୍‌ ହୋଲ୍ଡର୍‌ ଓ ଶିଳ୍ପପତିଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ନିବେଶ ଅନୁକୂଳ କରିବା ଦିଗରେ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ।

କ୍ଲାରେନେକ୍ସ କେମିକାଲ୍‌ସର ପରିଚାଳନା ନିର୍ଦ୍ଦେଶକ ମନୀଷ କିରିଙ୍କ ସହ ପାରାଦୀପରେ ସ୍ବତନ୍ତ୍ର କେମିକାଲ ୟୁନିଟ୍‌ ସ୍ଥାପନ ନେଇ ଆଲୋଚନା କରିଥିଲେ। ଗୋକଲଦାସ ଏକ୍ସପର୍ଟସ୍‌ ନିର୍ଦ୍ଦେଶକ ପ୍ରଭାତ କୁମାର ସିଂହଙ୍କ ସହ ଓଡ଼ିଶାରେ ବସ୍ତ୍ର ଉପତ୍ାଦନ ସମ୍ପର୍କରେ ମଧ୍ୟ କଥା ହୋଇଥିଲେ। ମୁଖ୍ୟମନ୍ତ୍ରୀ ଓ ଶିଳ୍ପମନ୍ତ୍ରୀଙ୍କ ସହ ଆଲୋଚନା ପରେ ଏସ୍‌ଏଲ୍‌ଏମ୍‌ଜି ବେଭେରେଜ୍‌ସର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ପାରିତୋଷ ଲଧାନୀ ରାଜ୍ୟରେ ବେଭେରେଜ ମାନୁଫାକ୍ଚରିଂ ୟୁନିଟ୍‌ ସ୍ଥାପନ ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ଏହା ବ୍ୟତୀତ ରୁଚି ସୋୟାଫୁଡ୍‌ର ପରିଚାଳନା ନିର୍ଦ୍ଦେଶକ ସଞ୍ଜୀବ ଆସ୍ଥାନା ମଧ୍ୟ ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ ଓ ଅନ୍ୟାନ୍ୟ ୟୁନିଟ୍‌ ସ୍ଥାପନ କରିବାକୁ ସ୍ଥିର କରିଛନ୍ତି। ରାଜ୍ୟରେ ବ୍ୟାଟେରି ଏନର୍ଜି ଷ୍ଟୋରେଜ୍‌ ସିଷ୍ଟମ୍‌ ୟୁନିଟ୍‌ ପ୍ରତିଷ୍ଠା ପାଇଁ ସେମ୍‌କଏନ୍‌ଫ୍ରାଟେକ୍‌ର ପରିଚାଳନା ନିର୍ଦ୍ଦେଶକ ନୀରଜ କୁମାର ସିଂଘଲଙ୍କ ସହ ଆଲୋଚନା ହୋଇଛି। ସେହିପରି ପାଣିଜାହାଜ ନିର୍ମାଣ ଓ ମରାମତି ସୁବିଧା ଓଡ଼ିଶାରେ ଉପଲବ୍ଧ କରାଇବା ପାଇଁ ଚୌଗୁଲେ ଗ୍ରୁପ୍‌ର ଚେୟାରମ୍ୟାନ ବିଜୟ ଭି ଚୌଗୁଲେଙ୍କ ସହ ସାକ୍ଷାତ ପରେ ସୂଚନା ମିଳିଛି। ସେହିପରି ରାଜ୍ୟରେ ପୁଞ୍ଜି ନିବେଶ ଲାଗି ଆଗ୍ରହ ପ୍ରକାଶ କରିଥିବା ଅନ୍ୟ କମ୍ପାନୀଗୁଡ଼ିକ ମଧ୍ୟରେ ହିମାଦ୍ରୀ ସ୍ପେଶାଲିଟି, ଆଇଆର୍‌ଇଏଲ, ଆଇନକ୍ସ ଜିଏଫ୍‌ଏଲ ଗ୍ରୁପ୍‌, ଅଫ୍‌ ବିଜ୍‌ନେସ୍‌, କ୍ୱାଣ୍ଟ୍‌ ସୋଲାର ଆଦି ରହିଛି।

ମଙ୍ଗଳବାର ଦ୍ୱିତୀୟ ଦିନରେ ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌), ପେଟ୍ରୋନେଟ୍‌ ଏଲ୍‌ଏନ୍‌ଜି, ଇଣ୍ଡିଆନ୍‌ ଷ୍ଟ୍ରାଟେଜିକ୍‌ ପେଟ୍ରୋକେମିକାଲ ରିଜର୍ଭସ୍‌ ଲିମିଟେଡ୍‌ ଓ ଅନ୍ୟାନ୍ୟ କମ୍ପାନୀ ସହ ନିବେଶ ସଂକ୍ରାନ୍ତ ଆଲୋଚନା କରାଯିବ। ଆଇଓସିଏଲ୍‌ ସହ ଚୁକ୍ତି ପାରାଦୀପରେ ଡୁଆଲ୍‌ ଫିଡ୍‌ ନାପଥା କ୍ରାକର ଏବଂ ଡାଉନ୍‌ଷ୍ଟ୍ରମିମ୍‌ ୟୁନିଟ୍‌ ସ୍ଥାପନ ପୂର୍ବକ ଶିଳ୍ପ ଅଭିବୃଦ୍ଧିରେ ସହାୟକ ହେବ। ପୂର୍ବୋଦୟ ଯୋଜନା ଅଧୀନରେ ପୂର୍ବଭାରତ ବିଶେଷକରି ଓଡ଼ିଶାରେ ଥିବା ଶିଳ୍ପ ସମ୍ଭାବନାକୁ ନୂଆରୂପ ଦେବାରେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସହାୟକ ହେବ ବୋଲି କୁହାଯାଉଛି। ଏଥିସହ ରାଜ୍ୟରେ କେମିକାଲ, ପେଟ୍ରୋକେମିକାଲ ଓ ଖାଦ୍ୟ ଶିଳ୍ପ ସୁଦୃଢ଼ୀକରଣ ଆଶା ଉଜ୍ଜୀବିତ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସହ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିବାବେଳେ ଏପ୍ରିଲ ୯ରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri