ଯୁବ ଉଦ୍ୟୋଗୀଙ୍କ ପାଇଁ ଅର୍ଥ ଉପାର୍ଜନର ସୁଯୋଗ: ପ୍ରଥମଥର ପାଇଁ ଦାରିଙ୍ଗବାଡିରେ ପୁଞ୍ଜି ବିନିଯୋଗ କର୍ମଶାଳା

ଦାରିଙ୍ଗବାଡି, ୨୬।୨(ଅରୁଣ ସାହୁ): ଛୋଟ ବଡ଼ ଉଦ୍ୟୋଗୀଙ୍କ ପାଇଁ ରାଜ୍ୟ ସରକାର ଆଣିଛନ୍ତି ଅର୍ଥ ଉପାର୍ଜନର ସୁଯୋଗ। ଏବେ କନ୍ଧମାଳ ଜିଲାବାସୀଙ୍କ ପାଇଁ ଆସିଯାଇଛି ଏଭଳି ସୁଯୋଗ। ପ୍ରଥମଥର ପାଇଁ ଦାରିଙ୍ଗବାଡିର ଇକୋ ରିଟ୍ରିଟରେ ଦୁଇ ଦିନିଆ ଇନଭେଷ୍ଟ କନ୍ଧମାଳ-୨୦୨୫ କାର୍ଯ୍ୟକ୍ରମ ହେବାକୁ ଯାଉଛି।
ଗୁରୁବାର କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇ ଶୁକ୍ରବାର ଉଦଯାପନୀ ହେବ। କାର୍ଯ୍ୟକ୍ରମକୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ପରିଚାଳନା କରିବାକୁ ରହିଥିବାବେଳେ କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗଦାନ କରିବେ। ଏଥିସହ ଅନ୍ୟ ଅତିଥିଙ୍କ ମଧ୍ୟରେ ଜିଲାର ଫୁଲବାଣୀ, ବାଲିଗୁଡା ଏବଂ ଜି. ଉଦୟଗିରି ବିଧାୟକ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ଅର୍ଥ ନିବେଶକାରୀଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି । ଜିଲାର ବିଭିନ୍ନ ବ୍ଲକର ପ୍ରଶାସନିକ ଅଧିକାରୀ, ଜିଲା ଅଧିକାରୀ ଜିଲା ଶିଳ୍ପ କେନ୍ଦ୍ରର ଅଧିକାରୀମାନେ ଉପସ୍ଥିତ ରହିବେ। କାର୍ଯ୍ୟକ୍ରମକୁ କିଭଳି ସୁଚାରୁରୂପେ କରାଯାଇପାରିବ ସେ ନେଇ ବାଲିଗୁଡା ଉପଜିଲାପାଳ ଡ଼ଃ ରୀନା ପ୍ରଧାନ,ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ ପ୍ରମୁଖ ଏହାର ପରିଚାଳନା କରୁଛନ୍ତି।
ଏହି ଦୁଇ ଦିନିଆ କର୍ମଶାଳାରେ ପୁଞ୍ଜିପତି, ଉଦ୍ୟୋଗପତି ଠିକାଦାର ସଂସ୍ଥା, ବ୍ୟବସାୟିକ ଅନୁଷ୍ଠାନର ମୁଖିଆମାନେ ଯୋଗଦାନ କରିବେ। ମୁଖ୍ୟତଃ ଏହି କର୍ମଶାଳାରେ ଜିଲା ସମେତ ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରରେ ବିନିଯୋଗର ସୁଯୋଗ ସରକାରୀ-ଶିଳ୍ପ ସଂଳାପ, ବିଭିନ୍ନ କ୍ଷେତ୍ରରେ ଆତିଥ୍ୟ ବ୍ୟବସ୍ଥା ବିଭିନ୍ନ ବ୍ୟବସାୟିକ କ୍ଷେତ୍ରରେ ହିତାଧିକାରୀ ନେଟୱାର୍କିଂ ସୁଯୋଗ,ଏଗ୍ରୋ-ଟୁରିଜିମ ରେ ଅର୍ଥ ବିନିଯୋଗ ଓ ଏହାର ଫାଇଦା,ବିନିଯୋଗ ଜୋନ ଟୁର୍‌ ଏବଂ କନ୍ଧମାଳରେ ଅମଳ ହେଉଥିବା ବିଭିନ୍ନ ସାମଗ୍ରୀ ତଥା ହଳଦୀ, ତେନ୍ତୁଳି, ଷ୍ଟ୍ରବେରୀ,କଫି,ମାଣ୍ଡିଆ, ଆମ୍ବ, ଲିଚୁ, ପଣସ ଆଦିରୁ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରଗୁଡିକରେ କିଭଳି ଅର୍ଥ ବିନିଯୋଗ କରି ଅର୍ଥ ଉପାର୍ଜନ କରିବେ ସେନେଇ ଆଲୋଚନା କରାଯିବ। ଖବର ଲେଖିବା ସୁଦ୍ଧା ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରାୟ ୭୫ ଜଣ ଏବେ ସୁଦ୍ଧା ଅର୍ଥ ବିନିଯୋଗକାରୀ ଆସିବାକୁ ପ୍ରତିଶ୍ରୁତି ଦେଇସାରିଥିବା ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri