ବଙ୍ଗରୁ ଓଡ଼ିଶା ଆସିବ ନିବେଶ

ଭୁବନେଶ୍ୱର,୧୭ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଥିବା ଦୁଇଦିନିଆ ନିବେଶକ ସମ୍ମିଳନୀରୁ ଶନିବାର ବିପୁଳ ପରିମାଣର ନିବେଶ ଓଡ଼ିଶା ଆସିବା ସମ୍ଭାବନା ରହିଛି ବୋଲି ଜଣାଯାଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେକ୍ଟୋରାଲ ରାଉଣ୍ଡଟେବୁଲ ମାଧ୍ୟମରେ ବିଭିନ୍ନ ଶିଳ୍ପୋଦ୍ୟୋଗୀ ଏବଂ ଶିଳ୍ପପତିଙ୍କ ସହିତ ‘ଓ୍ବାନ୍‌ ଟୁ ଓ୍ବାନ୍‌’ ଆଲୋଚନା କରିଛନ୍ତି। ସେଥିମଧ୍ୟରେ ଆଇଟି କ୍ଷେତ୍ରଠାରୁ ଆରମ୍ଭକରି ଡାଉନ୍‌ଷ୍ଟ୍ରିମ୍‌ ଲୌହ ଇସ୍ପାତ ପର୍ଯ୍ୟନ୍ତ ରହିଛି। ଓଡ଼ିଶାରେ ଅନୁକୂଳ ଶିଳ୍ପ ପରିବେଶ ସାଙ୍ଗକୁ ଲୋକଙ୍କ ସରକାର ରହିଥିବାରୁ ନିବେଶକମାନେ ଏହାକୁ ଖୁବ୍‌ ପସନ୍ଦ ମନେକରୁଛନ୍ତି। ଏହି ଦୃଷ୍ଟିରୁ ଓଡ଼ିଶାକୁ ପଶ୍ଚିମବଙ୍ଗରୁ ଅଧିକ ପୁଞ୍ଜି ନିବେଶ ସାଙ୍ଗକୁ ନିଯୁକ୍ତି ସୁଯୋଗ ଆସିବ ବୋଲି ରହିଛି। ସୂଚନାଯୋଗ୍ୟ, ନିକଟରେ ହାଇଦ୍ରାବାଦ୍‌ଠାରେ ହୋଇଥିବା ନିବେଶ ସମ୍ମିଳନୀରେ ଓଡ଼ିଶାକୁ ୬୭ ହଜାର କୋଟି ଟଙ୍କାର ନିବେଶ ସୁଯୋଗ ସୃଷ୍ଟି ହୋଇଥିବା ବେଳେ ୫୬ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଥିଲା। ସେଥିମଧ୍ୟରେ ହସ୍ତତନ୍ତ, ବୟନଶିଳ୍ପ, ଆଇଟି ଓ ଉତ୍ପାଦନ କ୍ଷେତ୍ର ରହିଥିଲା।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri