Posted inଜାତୀୟ

ନିବେଶକ ରାକେଶ ଝୁନ୍‌ଝୁନ୍‌ଓ୍ବାଲାଙ୍କ ପରଲୋକ, ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ…

ମୁମ୍ବାଇ, ୧୪।୮ : ଷ୍ଟକ ମାର୍କେଟର ଭେଟେରାନ ରାକେଶ ଝୁନ୍‌ଝୁନ୍‌ଓ୍ବାଲାଙ୍କ ପରଲୋକ ଘଟିଛି। ସେ ରବିବାର ସକାଳେ ମୁମ୍ବାଇର ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସୂଚନାନୁସାରେ, ତାଙ୍କୁ କିଛି ସପ୍ତାହ ପୂର୍ବରୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା। ତାଙ୍କ ମୃତ୍ୟୁର କାରଣ କ’ଣ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଝୁନ୍‌ଝୁନ୍‌ଓ୍ବାଲାଙ୍କୁ ମୃତ୍ୟୁ ବେଳକୁ ୬୨ ବର୍ଷ ହୋଇଥିଲା। ସୂଚନା ଅନୁଯାୟୀ, ରବିବାର ସକାଳ ୬ଟା ୪୫ରେ ତାଙ୍କର ପରଲୋକ ହୋଇଛି। ତାଙ୍କ ପରିବାରରେ ସ୍ତ୍ରୀ ରେଖା ଝୁନ୍‌ଝୁନ୍‌ଓ୍ବାଲା, ଝିଅ ନିସ୍ତା ଏବଂ ଦୁଇ ପୁଅ ଆର୍ଯ୍ୟମାନ ଏବଂ ଆର୍ଯ୍ୟବୀର ଅଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝୁନ୍‌ଝୁନ୍‌ଓ୍ବାଲାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ସେ ଜଣେ ଅଦ୍ଭୁତ ବ୍ୟକ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଜୀବନରେ ବ୍ୟବହାରିକ, ସ୍ବାଧୀନଚେତା, ପ୍ରତିକ୍ରିୟାଶୀଳ ଥିଲେ। ମୋଦି କହିଛନ୍ତଝୁନ୍‌ଝୁନ୍‌ଓ୍ବାଲା ଅର୍ଥନୈତିକ ଦୁନିଆରେ ଏକ ଅବିସ୍ମରଣୀୟ ଅବଦାନ ଛାଡି ଯାଇଛନ୍ତି। ସେ ଭାରତର ଅଗ୍ରଗତି ପାଇଁ ବହୁତ ଆଗ୍ରହୀ ଥିଲେ ବୋଲି ମୋଦି କହିଛନ୍ତି।

ଝୁନ୍‌ଝୁନ୍‌ଓ୍ବାଲା ୫ ଅଗଷ୍ଟ ୧୯୬୦ରେ ଜନ୍ମଗ୍ରହଣ କରିଥିଲେ। ସେ ପେଶାରେ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଥିଲେ। ସେ ବିରଳ ଏଣ୍ଟରପ୍ରାଇଜେସ ନାମକ ଏକ କମ୍ପାନୀ ଚଳାଉଥିଲେ ଯାହା ତାଙ୍କ ଏବଂ ତାଙ୍କ ପତ୍ନୀ ରେଖାଙ୍କ ପୋର୍ଟଫୋଲିଓ ମ୍ୟାନେଜମେଣ୍ଟକୁ ଦେଖିଥାଏ।

ଫୋର୍ବସ ପତ୍ରିକା ଅନୁଯାୟୀ, ଧନ ସମ୍ପତ୍ତି ଦୃଷ୍ଟିରୁ ସେ ଭାରତର ସବୁଠାରୁ ଧନୀ ବ୍ୟକ୍ତିଙ୍କ ତାଲିକାରେ ୪୮ ତମ ସ୍ଥାନରେ ରହିଛନ୍ତି।

ସେ ହଙ୍ଗାମା ମିଡିଆ ଏବଂ ଅପଟେକ କମ୍ପ୍ୟୁଟର କମ୍ପାନୀର ଚେୟାରମ୍ୟାନ ଥିଲେ। ଏହା ବ୍ୟତୀତ ସେ ଭିକେରୋ ହୋଟେଲ, କନକର୍ଡ ବାୟୋଟେକ, ପ୍ରୋଭୋଗ ଇଣ୍ଡିଆ ଏବଂ ଜିଓଜି ଆର୍ଥିକ ସେବା ଭଳି କମ୍ପାନୀର ନିର୍ଦ୍ଦେଶକ ବୋର୍ଡରେ ମଧ୍ୟ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?