ଦିନକରେ ନିବେଶକ ଯୋଡ଼ିଲେ ୧୬ଲକ୍ଷ କୋଟି

ମୁମ୍ବାଇ,୧୩।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ ରାଜନୈତିକ ଘଟଣାବଳୀ ମଧ୍ୟରେ ଭାରତୀୟ ଷ୍ଟକ୍‌ ମାକେର୍ଟର କାରବାର ଏକ ବଡ଼ଧରଣର ବୃଦ୍ଧି ହାସଲ କରିଛି। ଗୋଟିଏପଟେ ଭାରତ-ପାକ୍‌ ଯୁଦ୍ଧର ବିରତି ଘୋଷଣା ଏବଂ ଅନ୍ୟପଟରେ ଶେୟାର ବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ ନିବେଶ କରୁଥିବାବେଳେ ସୋମବାର ପୁଞ୍ଜି ବଜାରର ଫଳାଫଳ ଉଭୟ ଷ୍ଟକ୍‌ ବଜାର ଓ ନିବେଶକମାନଙ୍କୁ ଖୁସି କରିଦେଇଛି। ଏପରିକି ଦିନକ ମଧ୍ୟରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୧୬ ଲକ୍ଷ କୋଟି ଟଙ୍କାର ନିବେଶ ପୁଞ୍ଜି ବଜାରରେ ଯୋଗ କରିଛନ୍ତି। ପୂର୍ବ ଦିବସର କାରବାର ଶେଷ ଫଳାଫଳ ସୁଦ୍ଧା ବଜାର ପୁଞ୍ଜି ୪୧୬.୪୦ ଲକ୍ଷ କୋଟି ଥିଲାବେଳେ ସୋମବାର କାର୍ଯ୍ୟ ଦିବସର ଫଳାଫଳ ଶେଷ ସୁଦ୍ଧା ନିବେଶକ ପୁଞ୍ଜି ବଜାରରେ ପ୍ରାୟ ୧୬ ଲକ୍ଷ କୋଟି ଯୋଡ଼ିବାରୁ ବଜାର ପୁଞ୍ଜି ୪୩୨.୫୫ ଲକ୍ଷ କୋଟିରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ଭାରତୀୟ ପୁଞ୍ଜି ବଜାରରେ ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ)ର କାରବାର ଉତ୍ସାହଜନକ ରହିଥିଲାବେଳେ ସେନ୍‌ସେକ୍ସର କାରବାର ପ୍ରାୟ ୩୦୦୦ ପଏଣ୍ଟ ନିକଟବର୍ତ୍ତୀ ବୃଦ୍ଧି କରିଥିଲା। ସେହିଭଳି ନିଫ୍ଟ ୯୦୦ ପଏଣ୍ଟରୁ ଅଧିକ ବଢ଼ି ୨୪,୯୨୪.୭୦ ଅଙ୍କରେ କାରବାର ଶେଷ କରିଥିଲା। ଏପରିକି ନିଫ୍ଟ ମିଡ୍‌କ୍ୟାପ୍‌ରେ ୪.୧୨% ବୃଦ୍ଧି ଘଟି ୫୫,୪୧୬.୦୫ ଅଙ୍କରେ କାରବାର ବନ୍ଦ କରିଥିଲାବେଳେ ସ୍ମଲ୍‌କ୍ୟାପ୍‌ର କାରବାର ୪.୪୫% ବୃଦ୍ଧି ଘଟି ୮୦୮୦.୭୫ ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ନିଫ୍ଟ ବ୍ୟାଙ୍କର କାରବାର ୩.୩୪% ବଢି ୫୫,୩୮୨.୮୫ ଅଙ୍କରେ ଏବଂ ନିଫ୍ଟ ଆଇଟି ୬.୭୦% ବୃଦ୍ଧି ଘଟି ୩୮,୨୮୨.୫୫ ଅଙ୍କରେ କାରବାର ବନ୍ଦ କରିଥିଲା। ସେହିପରି ୩୦ ଶେୟାରବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ କାରବାରରେ ୩.୮% ଏବଂ ସ୍ମଲକ୍ୟାପ କାରବାରରେ ୪% ବୃଦ୍ଧି ଘଟିଥିଲା। ଏପରିକି ସେକ୍ଟରାଲ କ୍ଷେତ୍ରରେ ମଧ୍ୟ ମେଟାଲ, ଆଇଟି, ଆଇରନ, ପାଓ୍ବାର, ଶକ୍ତି ଭଳି ପ୍ରମୁଖ ନିବେଶକମାନେ ପ୍ରାୟ ୫%ର ନିବେଶ ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri