ଶେଷଦିନରେ ୭ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ନୂଆଦିଲ୍ଲୀ,୨୭।୭: କ୍ରମାଗତ ଭାବେ ହ୍ରାସ ପାଉଥିବା ଘରୋଇ ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜି ବଜାରରେ ଉତ୍ସାହ ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ଶେଷଦିନର ଫଳାଫଳ ଅନୁଯାୟୀ ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିବେଶକ ୭.୦୭ ଲକ୍ଷ କୋଟି ଟଙ୍କା ପୁଞ୍ଜି ବଜାରରେ ଯୋଡିଛନ୍ତି। ପୂର୍ବ କାର୍ଯ୍ୟଦିବସର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ମୋଟ ୪୪୯.୮୨ ଲକ୍ଷ କୋଟି ଥିଲାବେଳେ ଶୁକ୍ରବାର ବଜାର କାରବାର ଶେଷ ସୁଦ୍ଧା ପୁଞ୍ଜିବଜାରର ପରିମାଣ ୪୫୬.୯୦ ଲକ୍ଷ କୋଟିରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ଶୁକ୍ରବାର ଶେୟାର ବଜାର କାରବାର ଶେଷ ସୁଦ୍ଧା ବିଏସ୍‌ଇ ସେନ୍‌ସେକ୍ସ ୧୨୯୩ (୧୨୯୨.୯୨) ପଏଣ୍ଟ ବଢି ୮୧,୩୩୩ ( ୮୧,୩୩୨.୭୨) ଅଙ୍କରେ କାରବାର ଶେଷ କରିଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟି-୫୦ ରେ ମଧ୍ୟ ୪୨୯ (୪୨୮.୭୫) ପଏଣ୍ଟ ବୃଦ୍ଧି ଘଟି ୨୪,୮୩୫ (୨୪, ୮୩୪.୮୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡ୍‌କ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍‌ଏସ୍‌ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri