ନିବେଶକଙ୍କ ସମ୍ପତ୍ତି ୩.୪୧ ଲକ୍ଷ କୋଟି ବଢ଼ିଲା

ମୁମ୍ବାଇ: ମଙ୍ଗଳବାର ଭାରତୀୟ ପୁଞ୍ଜିବଜାରରେ କାରବାର ବେଶ୍‌ ଉତ୍ସାହଜନକ ରହିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୮୦୦ରୁ ଊର୍ଦ୍ଧ୍ୱ ପଏଣ୍ଟ ବଢିଥିବା ନଜରକୁ ଆସିଛି। ଫଳରେ ନିବେଶକଙ୍କ ସମ୍ପତ୍ତି ୩.୪୧ ଲକ୍ଷ କୋଟି ଟଙ୍କା ବଢ଼ିଛି। ରିୟଲ ଇଷ୍ଟେଟ, ମେଟାଲ ଏବଂ ଫାଇନାନ୍ସିଆଲ ଷ୍ଟକ୍‌ କାରବାର ଉନ୍ନତ ହେବାରୁ ପୁଞ୍ଜିବଜାରର ସ୍ଥିତି ବେଶ୍‌ ଭଲ ରହିଥିବା ଜଣାପଡିଛି। ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ସେନ୍‌ସେକ୍ସ ୮୩୪ ପଏଣ୍ଟ (୧.୭୨%) ବଢ଼ିବା ଯୋଗୁ ଏହା ୪୯,୩୯୮ ପଏଣ୍ଟ ସ୍ତରରେ ବନ୍ଦ ହୋଇଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ନିଫ୍ଟି ୨୪୦ ପଏଣ୍ଟ(୧.୬୮%) ଊର୍ଦ୍ଧ୍ୱରେ ରହିବା ଯୋଗୁ ରେକର୍ଡ ସ୍ତର ୧୪,୫୨୧ ପଏଣ୍ଟ ଛୁଇଁଛି।
ସେନ୍‌ସେକ୍ସରେ ଭଲ କାରବାର କରିଥିବା କମ୍ପାନୀଗୁଡିକ ମଧ୍ୟରେ ବଜାଜ ଫିନ୍‌ସର୍ଭ, ବଜାଜ ଫାଇନାନ୍ସ, ସନ୍‌ଫାର୍ମା, ଏଚ୍‌ଡିଏଫ୍‌ସି, ଆଇସିଆଇସିଆଇ ବ୍ୟାଙ୍କ ଏବଂ ଏଲ୍‌ଆଣ୍ଡଟି ରହିଛି। ଏହି କମ୍ପାନୀଗୁଡିକର ଶେୟାର ୬.୭୭% ବଢିଛି। ଏନ୍‌ଏସ୍‌ଇ ପ୍ଲାଟ୍‌ଫର୍ମରେ ନିଫ୍ଟି ରିୟଲିଟି, ମେଟାଲ ଏବଂ ପିଏସ୍‌ୟୁ ବ୍ୟାଙ୍କ କାରବାର ପ୍ରାୟ ୪.୧୯% ବଢ଼ିଛି। ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ ବିଶ୍ୱ ବଜାରକୁ ନଜରରେ ରଖି ନିବେଶକ ନିବେଶ ବଢ଼ାଇବାରୁ ବଜାରରେ ଏଭଳି ସ୍ଥିତି ଦେଖିବାକୁ ମିଳିଥିବା ଶେୟାର ବଜାର ବିଶେଷଜ୍ଞ କହିଛନ୍ତି। ବାଇଡେନ କେତେକ ଭଲ ପଦକ୍ଷେପ ଘୋଷଣା କରିବେ ବୋଲି ନିବେଶକ ଆଶାବାଦୀ ରହିଛନ୍ତି। ଆମେରିକା ପୁଣି ଥରେ ଏକ ପ୍ରୋତ୍ସାହନ ପ୍ୟାକେଜ ଘୋଷଣା କରିପାରେ ବୋଲି କୁହାଯାଉଛି। ସୋମବାର ବିଦେଶୀ ପୋର୍ଟଫୋଲିଓ ନିବେଶକମାନେ ପୁଞ୍ଜିବଜାରରେ ୫୬୦ କୋଟି ଟଙ୍କା ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ଗ୍ରାହକଙ୍କୁ ଆପଲର ବଡ଼ ଝଟକା! ୧୭ ହଜାର ମହଙ୍ଗା ହେଲା iPhone 17, 17e ସହ…

ନୂଆଦିଲ୍ଲୀ, ନିକଟରେ ଆପଲ (Apple) ନିଜର ନୂଆ ଆଇଫୋନ ୧୮ ପ୍ରୋ ସିରିଜ (iPhone 18 Pro Series) ଏବଂ ପ୍ରଥମ ଫୋଲ୍ଡେବଲ ଫୋନ ଆଇଫୋନ ଡୁଓ…

ଲଞ୍ଚ ହେଲା iPhone 18 Pro- Pro Max: ଦାମ୍‌, ଫିଚର ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: Apple ନିଜର ସେପ୍ଟେମ୍ବର ଲଞ୍ଚ ଇଭେଣ୍ଟରେ iPhone 18 Pro ଓ iPhone 18 Pro Maxକୁ ବଜାରକୁ ଆଣିଛି। ନୂଆ Pro ମଡେଲର କ୍ୟାମେରା,…

ସକାଳୁ ସକାଳୁ ତେଲ ବଜାରରେ ହଲଚଲ, ପେଟ୍ରୋଲକୁ ନେଇ ଆସିଲା ବଡ଼ ଅପଡେଟ୍‌!

ନୂଆଦିଲ୍ଲୀ,୧୦।୯: ଅନ୍ତର୍ଜାତୀୟ ବଜାରରେ କଚ୍ଚା ତେଲ (ଅଶୋଧିତ ତେଲ)ର ମୂଲ୍ୟ ବର୍ତ୍ତମାନ ବ୍ୟାରେଲ ପିଛା ୧୦୦ ଡଲାର ପାର୍‌ କରିଛି। ଏହାଯୋଗୁଁ ଭାରତୀୟ ତୈଳ ବିପଣନ କମ୍ପାନୀଗୁଡ଼ିକର…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri