ପୁଞ୍ଜିନିବେଶକାରୀଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା: ମୋହନ

ଭୁବନେଶ୍ୱର,୧୭ା୧୧(ଅନିଲ ଦାସ): ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ପ୍ରତିନିଧିମଣ୍ଡଳୀ ୪ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି। ସିଙ୍ଗାପୁର ଯିବା ପୂର୍ବରୁ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ଏକ ବରିଷ୍ଠ ପ୍ରତିନିଧିମଣ୍ଡଳୀର ନେତୃତ୍ୱ ନେଇ ସିଙ୍ଗାପୁର ଅଭିମୁଖେ ବାହାରିଛି। ଏ ଯାତ୍ରା ନିଶ୍ଚୟ ସଫଳ ହେବ। ଯେତେବେଳେ ସାରା ବିଶ୍ୱରୁ ଇନ୍‌ଭେଷ୍ଟର୍ସମାନେ ଭାରତରେ ପୁଞ୍ଜିବିନିଯୋଗ କରିବାକୁ ଚାହିଁବେ, ସେତେବେଳେ ଓଡ଼ିଶା ସେମାନଙ୍କର ପ୍ରଥମ ପସନ୍ଦର କ୍ଷେତ୍ର ହେବ।

ଶିଳ୍ପାୟନ ପାଇଁ ସିଙ୍ଗାପୁର ପ୍ରସିଦ୍ଧ। ସେଠାରେ ରସାୟନ, ପେଟ୍ରୋକେମିକାଲ୍ସ, ସବୁଜ ଶକ୍ତି, ଲଜିଷ୍ଟିକ୍ସ, ଜାହାଜ ନିର୍ମାଣ, ଆର୍ଥିକ ସେବା, ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଖାଦ୍ୟ ପ୍ରକ୍ରିୟାକରଣ ଓ ବସ୍ତ୍ର ତିଆରି ଆଦି କ୍ଷେତ୍ରରେ ବିଶ୍ୱର ବଡ଼ ବଡ଼ କମ୍ପାନୀମାନେ କାମ କରୁଛନ୍ତି। ସେହି କମ୍ପାନୀର ଶୀର୍ଷ ନେତୃତ୍ୱଙ୍କ ସହ ଓଡ଼ିଶା ଆଲୋଚନା କରିବ। ପୁଞ୍ଜିପତିଙ୍କୁ ଆମ ରାଜ୍ୟର ପ୍ରାକୃତିକ ସମ୍ପଦ, ଦକ୍ଷ ମାନବ ସମ୍ବଳ ଓ ଉନ୍ନତ ଶିଳ୍ପ ନୀତି ସମ୍ପର୍କରେ ଅବଗତ କରାଯିବ। ନିବେଶ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ରହିଛି। ଓଡ଼ିଶାରେ ନିବେଶକରି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ନିବେଶକଙ୍କୁ ନିମନ୍ତ୍ରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବ୍ୟବସାୟ କରିବା ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ରୂପେ ପ୍ରସ୍ତୁତ ଅଛି। ଭାରତ ବିକାଶର କାହାଣୀରେ ଓଡ଼ିଶା ସମସ୍ତଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇ ଉଭା ହେବା ଲାଗି ପ୍ରସ୍ତୁତ ଅଛି। ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ପକ୍ଷରୁ ଆମର ଟିମ୍‌ ବିଦେଶ ଯାତ୍ରା କରୁଛି। ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍‌ ସିଙ୍ଗାପୁରରେ ଟୁଆସ୍‌ ପୋର୍ଟ, ଜୁରାଙ୍ଗ ପେଟ୍ରୋକେମିକାଲ୍ସ କମ୍ପ୍ଲେକ୍ସ ଏବଂ ଆଇଟିଇଇଏସ୍‌ ସିଙ୍ଗାପୁର ଭଳି କେତେକ ବିଶ୍ୱ ସ୍ତରୀୟ କମ୍ପାନୀ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ସେମାନଙ୍କର ଉନ୍ନତ ବ୍ୟବସ୍ଥାକୁ ବୁଝିବା ସହିତ ଓଡ଼ିଶାରେ ସେହିଭଳି କିମ୍ବା ତା’ ଠାରୁ ଅଧିକ ଉନ୍ନତ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ପ୍ରୟାସ କରାଯିବ। ସିଙ୍ଗାପୁର ଏବଂ ପଡ଼ୋଶୀ ଏସିଆନ ଦେଶଗୁଡ଼ିକରେ ଥିବା ପ୍ରବାସୀ ଓଡ଼ିଆଙ୍କୁ ମଧ୍ୟ ସାକ୍ଷାତ ଆଲୋଚନା କରାଯିବ। ସେମାନେ ଓଡ଼ିଆ ଭାଷା ଓ ସଂସ୍କୃତିର ବ୍ରାଣ୍ଡ ଆମ୍ବାସାଡର ହୋଇ ଓଡ଼ିଶାକୁ ଗୌରବାନ୍ବିତ କରିଛନ୍ତି। ଓଡ଼ିଶା ଓ ସିଙ୍ଗାପୁରର ସମ୍ପର୍କକୁ ମଜଭୁତ କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ସେମାନଙ୍କ ସହିତ ଆଲୋଚନା କରି ଏ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ସେମାନଙ୍କ ମତାମତ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯାତ୍ରା ଯୋଗୁ ଓଡ଼ିଶାରେ ଟେକ୍ସଟାଇଲ୍‌ସ, କେମିକାଲ୍ସ, ଗ୍ରୀନ ଏନର୍ଜି, ଲଜିଷ୍ଟିକ୍ସ, ସିପ୍‌ ବିଲ୍ଡିଂ ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି ହେବ। ରାଜ୍ୟରେ ଯୁବତୀଯୁବକମାନଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri