୪ ଦିନରେ ନିବେଶକ ହରାଇଲେ ୧୦ଲକ୍ଷ କୋଟି

ଭୁବନେଶ୍ୱର,୨୦।୧୨:ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଛୁ। ଚଳିତ ସପ୍ତାହର ଶେଷ ୪ଟି କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କା( ୯,୬୫,୯୩୫.୬୬କୋଟି)ର ନିବେଶ ହରାଇଛନ୍ତି। ଫଳରେ ପୁଞ୍ଜି ବଜାରର ବଜାର ପୁଞ୍ଜି ୪,୪୯,୭୬,୪୦୨.୬୩ କୋଟି ( ୫.୨୯ ଟ୍ରିଲିୟନ ଡଲାର) ରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ଚଳିତ ସପ୍ତାହର ସୋମବାରରୁ ଗୁରୁବାର କାର୍ଯ୍ୟଦିବସ ମଧ୍ୟରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର କାରବାରରେ ପରିବର୍ତ୍ତନ ହେଉଛି। ଏପିରିକି ଏହି ସମୟ ମଧ୍ୟ ମଧ୍ୟରେ ବିଏସ୍‌ଇ ସେନ୍‌ସେକ୍ସର ମୋଟ ୨୯୧୫.୦୭ ପଏଣ୍ଟ ହ୍ରାସ ଘଟିଛି।
ସେହିଭଳି ଚଳିତ ସପ୍ତାହର ଗୁରୁବାର କାର୍ଯ୍ୟଦିବସ ଶେଷ ସୁଦ୍ଧା ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସର କାରବାର ୧.୨୦% ହ୍ରାସ ଘଟି ୭୯,୨୧୮.୦୫ ଅଙ୍କରେ ରହିଥିଲାବେଳେ ନିଫ୍ଟିର କାରବାର ୧.୦୨% ଘଟି ୨୪,୦୦୦ ଅଙ୍କ ତଳେ (୨୩,୯୫୧.୭୦ ଅଙ୍କ) ରହିଛି। ସେହିପରି ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ ଏବଂ ସ୍ମଲକ୍ୟାପର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ନିଫ୍ଟି ମିଡ୍‌କ୍ୟାପ ୧୬୭ ପଏଣ୍ଟ ହ୍ରାସ ଘଟି ୫୮,୫୫୬.୨୫ ଅଙ୍କରେ ଥିଲାବେଳେ ସ୍ମଲକ୍ୟାପ ୦.୪୨% ହ୍ରାସ ଘଟି ୯୧୭୮.୪୫ ଅଙ୍କରେ ପହଞ୍ଚତ୍ଛି। ଅପରପକ୍ଷରେ ନିଫ୍ଟ ବ୍ୟାଙ୍କର କାରବାର ୧.୦୮% ହ୍ରାସ ଘଟି ୫୧,୫୭୫.୭୦ ଅଙ୍କରେ ରହିଛି। ଏପରିକି ସେକ୍ଟରାଲ କ୍ଷେତ୍ରରେ ମଧ୍ୟ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଓ ନିଫ୍ଟର ନିବେଶକମାନେ ବଡ଼ ଧରଣର କ୍ଷତି ସହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri