ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୩।୧୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ଷ୍ଟକ୍‌ ବଜାର କାରବାର ଉପରେ ପଡ଼ିଛି। ଫଳରେ ମଙ୍ଗଳବାର ଘରୋଇ ଶେୟାର ବଜାରର କାରବାର ଶେଷ ସୁଦ୍ଧା ନିବେଶକ ବଡ଼ ଧରଣର କ୍ଷତି ସହିଛନ୍ତି। ଏପରିକି ନିବେଶକ ଦିନକରେ ପ୍ରାୟ ୬ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଛନ୍ତି। ପୂର୍ବ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ସୋମବାର ପୁଞ୍ଜିବଜାରର ବଜାର ପୁଞ୍ଜି ପ୍ରାୟ ୪୪୮ ଲକ୍ଷ କୋଟି ଥିଲା। ଅପରପକ୍ଷରେ ମଙ୍ଗଳବାର ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ବଜାର କାରବାର ଶେଷ ସୁଦ୍ଧା ନିବେଶକ ପ୍ରାୟ ୬ (୫.୭୬) ଲକ୍ଷ କୋଟି ଟଙ୍କାର ନିବେଶ ହରାଇବାରୁ ପୁଞ୍ଜି ବଜାରର ବଜାର ପୁଞ୍ଜି ପ୍ରାୟ ୪୪୨ ଲକ୍ଷ କୋଟିରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ୩୦ ଶେୟାର ବିଏସ୍‌ଇ ସେନ୍‌ସେକ୍ସ ୮୨୧ ପଏଣ୍ଟ କମି ୭୮,୬୭୫ ଅଙ୍କରେ କାରବାର ବନ୍ଦ କରିଥିଲାବେଳେ ନିଫ୍ଟି-୫୦ରେ ପ୍ରାୟ ୨୬୦ ପଏଣ୍ଟ ହ୍ରାସ ଘଟି ୨୩,୮୮୩ ଅଙ୍କରେ କାରବାର ଶେଷ କରିଥିଲା। ଏପରିକି ବିଏସ୍‌ଇ ମିଡ୍‌କ୍ୟାପ୍‌ର କାରବାର ୧.୩୧% ହ୍ରାସ ଘଟିଥିଲାବେଳେ ସ୍ମଲକ୍ୟାପ୍‌ର କାରବାର ୧.୬୫% କମିଥିଲା। ନିଫ୍ଟି ମିଡ୍‌କ୍ୟାପ୍‌ର କାରବାର୫୯୬.୨୫ ପଏଣ୍ଟ କମି ୫୫,୨୫୭.୫୦ ଅଙ୍କରେ ଥିଲାବେଳେ ସ୍ମଲକ୍ୟାପ୍‌ର କାରବାର ୧.୫୪% ହ୍ରାସ ଘଟି ୮୬୭୪.୮୫ ଅଙ୍କରେ ଶେଷ କରିିଥିଲା। ଅପରପକ୍ଷରେ ନିଫ୍ଟି ବ୍ୟାଙ୍କର କାରବାର ୧.୩୯% କମି ୫୧,୧୫୭.୮୦ ଅଙ୍କରେ କାରବାର ବନ୍ଦ କରିଥିଲା। ସେକ୍ଟରାଲ କ୍ଷେତ୍ରରେ ତୈଳ ଏବଂ ଗ୍ୟାସ୍‌, ଘରୋଇ ବ୍ୟାଙ୍କ, ଅଟୋ, ସିମେଣ୍ଟ, ଏଫ୍‌ଏମ୍‌ସିଜି, ହେଲ୍‌ଥ କେୟାର ଓ ଫାର୍ମା ଭଳି ନିବେଶକ ସଂସ୍ଥାର ନିବେଶ ପ୍ରାୟ ୧ରୁ୨% ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri