ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୧।୨: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ପୁଞ୍ଜି ବଜାର ଏବଂ ଷ୍ଟକ ମାର୍କେଟ କାରବାର ଉପରେ ପଡୁଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ପ୍ରତିଦିନ ବହୁ ଲକ୍ଷ କୋଟି ଟଙ୍କାର ନିବେଶ ହରାଉଛନ୍ତି। ଗୋଟିଏ ପଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ନୀତି ଓ ନିଷ୍ପତ୍ତି ବୈଶ୍ୱିକ ବଜାରରେ ପ୍ରଭାବ ପକାଉଥିବାବେଳେ ବିଦେଶୀ ନିବେଶକ ଘରୋଇ ପୁଞ୍ଜି ବଜାରରୁ ନିବେଶ ପ୍ରତ୍ୟାହାର ଏବଂ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ଯୋଗୁ ଷ୍ଟକ ବଜାରର କାରବାର ପ୍ରଭାବିତ ହେଉଛି ବୋଲି ବଜାର ବିଶେଷଜ୍ଞମାନେ ଚିନ୍ତାପ୍ରକଟ କରିଛନ୍ତି।
ସେହିଭଳି ଉଭୟ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର କାରବାର କ୍ରମାଗତ ଭାବେ ହ୍ରାସ ଘଟୁଛି। ଫଳରେ ନିବେଶକ ନିରାଶ ଓ ଆଶଙ୍କା ମଧ୍ୟରେ ନିବେଶ କରୁଛନ୍ତି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଶେଷ ସୁଦ୍ଧା ପୁଞ୍ଜି ବଜାରର ନିବେଶକମାନେ ପ୍ରାୟ ୬ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ପୂର୍ବ କାର୍ଯ୍ୟ ଦିବସର ଶେଷ ଫଳାଫଳ ସୁଦ୍ଧା ବଜାର ପୁଞ୍ଜି୪୨୪ ଲକ୍ଷ କୋଟି ଥିଲା। ସୋମବାରର ବଜାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୬ ଲକ୍ଷ କୋଟି କମି ୪୧୮ ଲକ୍ଷ କୋଟିରେ ପହଞ୍ଚତ୍ଛି।
ସେହିପରି ସୋମବାର ବିଏସଇ ସେନସେକ୍ସର କାରବାର ୫୪୮.୩୯ ପଏଣ୍ଟ ହ୍ରାସ ଘଟି ୭୭,୩୧୧.୮୦ ଅଙ୍କରେ ରହିଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟି ୧୭୮.୩୫ ପଏଣ୍ଟ କମି ୨୩,୩୮୧.୬୦ ଅଙ୍କରେ କାରବାର ବନ୍ଦ କରିଥିଲା। ଏପରିକି ବିଏସଇ ସେନସେକ୍ସର ମିଡକ୍ୟାପରେ ୨.୦୬% ଏବଂ ସ୍ମଲକ୍ୟାପରେ ୨.୨୫% କାରବାର ହ୍ରାସ ଘଟିଛି। ଅପରପକ୍ଷରେ ନିଫ୍ଟି ମିଡକ୍ୟାପ କାରବାର ୨.୧୨% ଏବଂ ସ୍ମଲକ୍ୟାପରେ ୨.୨୮% ହ୍ରାସ ଘଟିଛି। ନିଫ୍ଟି ବ୍ୟାଙ୍କରେ ୧୭୭.୮୫ ପଏଣ୍ଟ ହ୍ରାସ ଘଟି ୪୯,୯୮୧ ଅଙ୍କରେ ବନ୍ଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri