ନିବେଶକ ହରାଇଲେ ୬ ଲକ୍ଷ କୋଟି

ମୁମ୍ବାଇ,୧୧।୨: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ସିଧା ଭାରତୀୟ ପୁଞ୍ଜି ବଜାର ଏବଂ ଷ୍ଟକ ମାର୍କେଟ କାରବାର ଉପରେ ପଡୁଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ପ୍ରତିଦିନ ବହୁ ଲକ୍ଷ କୋଟି ଟଙ୍କାର ନିବେଶ ହରାଉଛନ୍ତି। ଗୋଟିଏ ପଟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ନୀତି ଓ ନିଷ୍ପତ୍ତି ବୈଶ୍ୱିକ ବଜାରରେ ପ୍ରଭାବ ପକାଉଥିବାବେଳେ ବିଦେଶୀ ନିବେଶକ ଘରୋଇ ପୁଞ୍ଜି ବଜାରରୁ ନିବେଶ ପ୍ରତ୍ୟାହାର ଏବଂ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ଯୋଗୁ ଷ୍ଟକ ବଜାରର କାରବାର ପ୍ରଭାବିତ ହେଉଛି ବୋଲି ବଜାର ବିଶେଷଜ୍ଞମାନେ ଚିନ୍ତାପ୍ରକଟ କରିଛନ୍ତି।
ସେହିଭଳି ଉଭୟ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର କାରବାର କ୍ରମାଗତ ଭାବେ ହ୍ରାସ ଘଟୁଛି। ଫଳରେ ନିବେଶକ ନିରାଶ ଓ ଆଶଙ୍କା ମଧ୍ୟରେ ନିବେଶ କରୁଛନ୍ତି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଶେଷ ସୁଦ୍ଧା ପୁଞ୍ଜି ବଜାରର ନିବେଶକମାନେ ପ୍ରାୟ ୬ ଲକ୍ଷ କୋଟି ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ପୂର୍ବ କାର୍ଯ୍ୟ ଦିବସର ଶେଷ ଫଳାଫଳ ସୁଦ୍ଧା ବଜାର ପୁଞ୍ଜି୪୨୪ ଲକ୍ଷ କୋଟି ଥିଲା। ସୋମବାରର ବଜାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୬ ଲକ୍ଷ କୋଟି କମି ୪୧୮ ଲକ୍ଷ କୋଟିରେ ପହଞ୍ଚତ୍ଛି।
ସେହିପରି ସୋମବାର ବିଏସଇ ସେନସେକ୍ସର କାରବାର ୫୪୮.୩୯ ପଏଣ୍ଟ ହ୍ରାସ ଘଟି ୭୭,୩୧୧.୮୦ ଅଙ୍କରେ ରହିଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟି ୧୭୮.୩୫ ପଏଣ୍ଟ କମି ୨୩,୩୮୧.୬୦ ଅଙ୍କରେ କାରବାର ବନ୍ଦ କରିଥିଲା। ଏପରିକି ବିଏସଇ ସେନସେକ୍ସର ମିଡକ୍ୟାପରେ ୨.୦୬% ଏବଂ ସ୍ମଲକ୍ୟାପରେ ୨.୨୫% କାରବାର ହ୍ରାସ ଘଟିଛି। ଅପରପକ୍ଷରେ ନିଫ୍ଟି ମିଡକ୍ୟାପ କାରବାର ୨.୧୨% ଏବଂ ସ୍ମଲକ୍ୟାପରେ ୨.୨୮% ହ୍ରାସ ଘଟିଛି। ନିଫ୍ଟି ବ୍ୟାଙ୍କରେ ୧୭୭.୮୫ ପଏଣ୍ଟ ହ୍ରାସ ଘଟି ୪୯,୯୮୧ ଅଙ୍କରେ ବନ୍ଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri