ଦିନକରେ ୬ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୫।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଭୂ-ରାଜନୈତିକ ବାତାବରଣ ଯୋଗୁ ଭାରତୀୟ ପୁଞ୍ଜି ବଜାର ଓ ଷ୍ଟକ ମାର୍କେଟ କାରବାରରେ ଏକ ପ୍ରକାରର ବଡ ଧରଣର ପ୍ରଭାବ ପଡିଛି। ଏପରିକି ଶେୟାର ବଜାରର ନିବେଶକ ଦିନକରେ (ସୋମବାର) ୬ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ବା ପୁଞ୍ଜି ହରାଇଛନ୍ତି।
ଅପରପକ୍ଷରେ କ୍ରମାଗତ ଭାବେ ଶେୟାର ବଜାରର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ ଦିନରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ର କାରବାରରେ ହ୍ରାସ ଘଟିଛି। ଫଳରେ ୩୦ ଶେୟାର ବିଶିଷ୍ଠ ବିଏସଇ ସେନସେକ୍ସର କାରବାର ପ୍ରାୟ ୪୪୨ ପଏଣ୍ଟ କମି ୭୮,୭୮୨.୨୪ ଅଙ୍କରେ ଥିଲାବେଳେ ଏନଏସଇ ନିଫ୍ଟି କାରବାରରେ ମଧ୍ୟ ୧.୨୭% ହ୍ରାସ ଘଟି ପ୍ରାୟ ୨୪,୦୦୦ (୨୩,୯୯୫.୩୫ ଅଙ୍କ) ଅଙ୍କର ନିକଟବର୍ତ୍ତୀ ହୋଇଥିଲା।
ଉଲ୍ଲେଖଯୋଗ୍ୟ, ସୋମବାର ଶେୟାର ବଜାରର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୪୪୨ ଲକ୍ଷ କୋଟିରେ ପହଞ୍ଚିଥିଲା। ଏପରିକି ପୂର୍ବ କାରବାର (ଶୁକ୍ରାବାର) ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୪୪୮ ଲକ୍ଷ କୋଟି ଥିଲାବେଳେ ସୋମବାର କାରବାର ଶେଷ ସୁଦ୍ଧା ନିବେଶକମାନେ ୬ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇବାରୁ ବଜାର ପୁଞ୍ଜି ୪୪୨ ଲକ୍ଷ କୋଟିରେ ପହଞ୍ଚିଥିଲା।
ସେହିଭଳି ୩୦ଶେୟାର ବିଶିଷ୍ଟ ବିଏସଇ ସେନସେକ୍ସର ମିଡକ୍ୟାପ କାରବାରରେ ୧.୩% ହ୍ରାସ ଘଟିଥିଲାବେଳେ ସ୍ମଲକ୍ୟାପର କାରବାରରେ ୧.୬୫% କମିଥିଲା। ଏପରିକି ଏନଏସଇ ନିଫ୍ଟର ମିଡକାପ କାରବାରରେ ୧.୨୬% କମି ୫୫,୭୮୪.୫୫ ଅଙ୍କରେ ପହଞ୍ଚିଥିଲାବେଳେ ସ୍ମଲକ୍ୟାପ କାରବାରରେ ମଧ୍ୟ ୨.୦୪% ହ୍ରାସ ଘଟି ୮୯୦୨.୫୦ ଅଙ୍କରେ ରହିଥିଲା। ସେହିପରି ନିଫ୍ଟି ବ୍ୟାଙ୍କିଙ୍ଗ କାରବାର ୪୫୮.୬୫ ପଏଣ୍ଟ କମି ୫୧,୨୧୫.୨୫ ଅଙ୍କରେ ବନ୍ଦ ହୋଇଥିଲା।

ଶେୟାର ବଜାରରେ ହ୍ରାସ

ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନସେକ୍ସ ପ୍ରାୟ ୯୪୨ (୯୪୧.୮୮) ପଏଣ୍ଟ କମି ୭୮,୭୮୨(୭୮,୭୮୨.୨୪) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ର ନିଫ୍ଟି-୫୦ ରେ ମଧ୍ୟ ୩୦୯ (୩୦୯.୦୦) ପଏଣ୍ଟ ହ୍ରାସ ଘଟି ୨୩,୯୯୫ (୨୩,୯୯୫.୩୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?