ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ ସପ୍ତାହର ଶେଷ ଦିନରେ ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଅପରପକ୍ଷରେ ଚଳିତ କାର୍ଯ୍ୟ ସପ୍ତାହର ଶେଷ ଦିନ ବା ଦିନକରେ ଶେୟାର ବଜାରର ନିବେଶକମାନେ ୬ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ପୂର୍ବ କାର୍ଯ୍ୟ ଦିବସର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୪୪୪ ଲକ୍ଷ କୋଟି ଥିଲା। ଚଳିତ ସପ୍ତାହର ଶେଷ ଦିନର କାର୍ଯ୍ୟ ଶେଷ ସୁଦ୍ଧା ନିବେଶକମାନେ ୬ ଲକ୍ଷ କୋଟିରୁ ଅଧିକ ଟଙ୍କାର ନିବେଶ ହରାଇଲା ପରେ ଶୁକ୍ରବାର ପୁଞ୍ଜିବଜାରର ବଜାର ପୁଞ୍ଜି ପ୍ରାୟ ୪୩୮ ଲକ୍ଷ କୋଟିରେ ରହିଛି।
ସେହିଭଳି ୨୦୨୪ ଅକ୍ଟୋବର ୧୮ରୁ ୨୫ କାର୍ଯ୍ୟଦିବସ ମଧ୍ୟରେ ବିଏସ୍‌ଇ ସେନ୍‌ସେକ୍ସର କାରବାର ପ୍ରାୟ ୧୮୨୩ ପଏଣ୍ଟ ହ୍ରାସ ହୋଇଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟ-୫୦ର କାରବାର ୨.୭% କମିଛି। ଉଲ୍ଲେଖଯୋଗ୍ୟ, ଶୁକ୍ରବାର ୩୦ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସ ପ୍ରାୟ ୬୬୩ ପଏଣ୍ଟ କମି ୭୯,୪୦୨.୨୯ ଅଙ୍କରେ କାରବାର ବନ୍ଦ କରିଥିଲା। ସେହିପରି ନିଫ୍ଟି-୫୦ କାରବାର ୨୧୯ ପଏଣ୍ଟ ହ୍ରାସ ଘଟି ୨୪,୧୮୧ ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍‌ଇ ମିଡ୍‌କ୍ୟାପ୍‌ର କାରବାର୧.୪୮% କମିଥିଲା ବେଳେ ସ୍ମଲ୍‌କ୍ୟାପ୍‌ର କାରବାର ୨.୪୪% କମିଥିଲା। ଏପରିକି ନିଫ୍ଟ ମିଡ୍‌କ୍ୟାପ କାରବାର ୧.୯୦% କମି ୫୫୨୭୭.୯୫ ଅଙ୍କରେ ଥିଲାବେଳେ ସ୍ମଲକ୍ୟାପର କାରବାର ୨.୧୩% ହ୍ରାସ ଘଟି ୮୬୦୭.୮୫ ଅଙ୍କରେ ରହିଥିଲା। ଏପରିକି ନିଫ୍ଟି ବ୍ୟାଙ୍କର କାରବାର ୧.୪୪% କମି ୫୦୭୮୭.୪୫ ଅଙ୍କରେ ବନ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri